ନୟାଗଡ଼ ନିର୍ବାଚନ ମଣ୍ଡଳୀ ଅନ୍ତର୍ଗତ ଓଡ଼ଗାଁ ବ୍ଲକରେ ଆଜି ଜିଲ୍ଲାପାଳଙ୍କ ଜନଶୁଣାଣି ଅଭିଯୋଗ ଅନୁଷ୍ଠିତ ହୋଇଛି । ଓଡ଼ଗାଁ ପଞ୍ଚାୟତ ସମିତି ସମ୍ମିଳନୀ କକ୍ଷରେ ଅନୁଷ୍ଠିତ ଏହି ଜନ ଶୁଣାଣି ଶିବିରରେ ଜିଲ୍ଲାପାଳ ଅକ୍ଷୟ ସୁନୀଲ ଅଗ୍ରୱାଲ ଯୋଗଦେଇଥିଲେ । ଅନ୍ୟମାନଙ୍କ ମଧ୍ୟରେ ନୟାଗଡ଼ ଆରକ୍ଷୀ ଅଧୀକ୍ଷକ ଏସ ଶୁଶ୍ରୀ, ଅତିରିକ୍ତ ଜିଲ୍ଲାପାଳ ଦିଲ୍ଲୀପ କୁମାର ବଳ, ଜିଲ୍ଲା ପରିଷଦ କାର୍ଯ୍ୟନିର୍ବାହୀ ଅଧିକାରୀ ଦେବଦତ୍ତ ପଣ୍ଡା, ଉପଜିଲ୍ଲାପାଳ କର୍ଣ୍ଣଦେବ ସମାଦାର ,ଅତିରିକ୍ତ ଆରକ୍ଷୀ ଅଧୀକ୍ଷକ ସୁବାଷ ଚନ୍ଦ୍ର ପଣ୍ଡା ପ୍ରମୁଖ ଯୋଗଦେଇଥିଲେ ।ଆଜି ମୋଟ ୮୭ ଗୋଟି ଅଭିଯୋଗ ସଂଗ୍ରହ କରାଯାଇଥିଲା ।

ସେଥି ମଧ୍ୟରୁ ୮୨ ଗୋଟି ବ୍ୟକ୍ତି ଗତ ମାମଲା ରହିଥିବା ବେଳେ ୪ଗୋଟି ଗ୍ରାମ୍ୟ ମାମଲା ରହିଥିଲା । ମୁଖ୍ୟମନ୍ତ୍ରୀ ରିଲିଫ ଫଣ୍ଡରୁ ଜଣଙ୍କ ଅଭିଯୋଗ ଆସିଥିଲା । ତୁରନ୍ତ ୧୪ଗୋଟି ମାମଲାର ସମାଧାନ କରାଯାଇଥିଲା । ଆଜିର ଏହି କାର୍ଯ୍ୟକ୍ରମରେ ସ୍ଥାନୀୟ ବିଡ଼ିଓଙ୍କ ସମେତ ତହସିଲଦାର ଓ ବିଭିନ୍ନ ବିଭାଗର ଅଧିକାରୀ ମାନେ ଉପସ୍ଥିତ ରହିଥିଲେ ।