Skip to content

ଆଜି ଶ୍ରୀଜିଉଙ୍କ ନୀଳାଦ୍ରି ବିଜେ; ଶ୍ରୀମନ୍ଦିର ରତ୍ନ ସିଂହାସନକୁ ବିଜେ କରିବେ ଚତୁର୍ଦ୍ଧାମୂର୍ତ୍ତିଅପରାହ୍ଣ ୪ଟାରୁ ଆରମ୍ଭ ହେବ ପହଣ୍ଡି

ସରିଲା ଘୋଷଯାତ୍ରା। ଆଜି ଘୋଷଯାତ୍ରାର ଶେଷ ପର୍ବ ନୀଳାଦ୍ରି ବିଜେ ନୀତି ହେବ । ୧୨ ଦିନର ଲୀଳାଖେଳା ଶେଷ ପରେ ଆଜି ନୀଳାଦ୍ରି ବିଜେ କରିବେ ଶ୍ରୀଜିଉ । ଶ୍ରୀମନ୍ଦିର ରତ୍ନ ସିଂହାସନକୁ ଫେରିଯିବେ ଚତୁର୍ଦ୍ଧାମୂର୍ତ୍ତି । ଆଜି ଅପରାହ୍ଣ ୪ଟାରୁ ଆରମ୍ଭ ହେବ ରଥାରୁଢ ଚତୁର୍ଦ୍ଧାମୂରତିଙ୍କ ଗୋଟି ପହଣ୍ଡି । ଏତେ ଦିନ ଧରି ମାନ କରି ରହିଥିବା ମା’ ଲକ୍ଷ୍ମୀ ସାଆନ୍ତାଣୀଙ୍କୁ ରସଗୋଲା ଦେଇ ସ୍ବୟଂ ବିଶ୍ବନିୟନ୍ତା ମହାପ୍ରଭୁ ଶ୍ରୀଜଗନ୍ନାଥ ମାନଭଞ୍ଜନ କରିବେ। ଏନେଇ ମନ୍ଦିର ପ୍ରବେଶ ବେଳେ ଜଗନ୍ନାଥଙ୍କ ବାଟ ଓଗାଳିବେ ମା’ ଲକ୍ଷ୍ମୀ । ଅଭିମାନରେ ଜୟବିଜୟ ଦ୍ୱାର ବନ୍ଦ କରିଦେବା ପରେ ସେଠାରେ ଜଗନ୍ନାଥ ଓ ମହାଲକ୍ଷ୍ମୀଙ୍କ ପକ୍ଷରୁ ବଚନିକା ଅନୁଷ୍ଠିତ ହେବ । ଏହି ବଚନିକାରେ ମହାଲକ୍ଷ୍ମୀ ମାନଭଞ୍ଜନ ହେବ । ଜଗନ୍ନାଥ ରସଗୋଲା ଖୁଆଇ ମା’ ଲକ୍ଷ୍ମୀଙ୍କ ମାନଭଞ୍ଜନ କରିବାର ପରମ୍ପରା ରହିଛି । ଏଥିପାଇଁ ମନ୍ଦିର ପ୍ରଶାସନ ପକ୍ଷରୁ ସମସ୍ତ ପ୍ରସ୍ତୁତି ଶେଷ ହୋଇଛି।

ଶୁକ୍ରବାର ନୀଳାଦ୍ରିବିଜେ। ଏହି ପବିତ୍ର ତିଥିରେ ରତ୍ନବେଦୀକୁ ବିଜେ କରିବେ ଦାରୁଦିଅଁ। ଏହାସହ ଶେଷ ହେବ ଶ୍ରୀଗୁଣ୍ଡିଚା ଯାତ୍ରା। ପୁଣି ମନ୍ଦିରରେ ଲାଗିବ ଗହଳିଚହଳି। ନୀଳାଦ୍ରିବିଜେ ପାଇଁ ସମ୍ପୂର୍ଣ୍ଣ ପ୍ରସ୍ତୁତ ହୋଇ ରହିଛି ପ୍ରଶାସନ। ଜିଲ୍ଲା ପ୍ରଶାସନ, ପୁଲିସ ଓ ମନ୍ଦିର ପ୍ରଶାସନ ନିଜ ନିଜର ପ୍ରସ୍ତୁତି ସାରିଛନ୍ତି। ଏହି ମହାନ ପର୍ବର ଅନ୍ତିମ ଯାତ୍ରାଙ୍କୁ ଶୃଙ୍ଖଳିତ କରିବା ପାଇଁ ସମସ୍ତେ ଅପେକ୍ଷାରତ। ନୀଳାଦ୍ରିବିଜେ ନୀତି ପାଇଁ ସ୍ୱତନ୍ତ୍ର ନୀତି ନିର୍ଘଣ୍ଟ ହୋଇଛି।ମନ୍ଦିର ପ୍ରଶାସନ ପକ୍ଷରୁ ମିଳିଥିବା ସୂଚନା ଅନୁଯାୟୀ, ରଥ ଉପରେ ଠାକୁରଙ୍କ ନୀତିକୁ ତ୍ୱରାନ୍ୱିତ କରି ଅପରାହ୍ନ ୪ଟା ସୁଦ୍ଧା ଚତୁର୍ଦ୍ଧାବିଗ୍ରହଙ୍କ ପହଣ୍ଡି ଆରମ୍ଭ ହେବ

Ad 1