ଓଡ଼ିଶାରେ ଏବେ ବନ୍ଦ ହେବ ନାହିଁ ବିଏସକେୱାଇ କାର୍ଡ
ରାଜ୍ୟରେ ବନ୍ଦ ହେବ ବିଜୁ ସ୍ୱାସ୍ଥ୍ୟ କଲ୍ୟାଣ ଯୋଜନା (ବିଏସକେୱାଇ)। ଏହା ବଦଳରେ କେନ୍ଦ୍ର ସରକାରଙ୍କ ଆୟୁଷ୍ମାନ ଭାରତ ଯୋଜନା ଲାଗୁ କରାଯିବ। ବିଜେପିର ରାଜ୍ୟ ସଭାପତି ମନମୋହନ ସାମଲ ବୁଧବାର ଏ ନେଇ ଘୋଷଣା କରିଛନ୍ତି।
କିନ୍ତୁ ରାଜ୍ୟରେ ଭାଜପାକୁ ବହୁମତ ମିଳିବା ପରେ ବିଜୁ ସ୍ୱାସ୍ଥ୍ୟ କଲ୍ୟାଣ ଯୋଜନା(BSKY)କୁ ନେଇ ଦ୍ୱନ୍ଦ୍ୱ ସୃଷ୍ଟି ହୋଇଛି। ବିଭିନ୍ନ ମେଡିକାଲରେ BSKY କାର୍ଡ ବନ୍ଦ ହୋଇଯାଇଥିବା କହି ଏହାକୁ ଗ୍ରହଣ କରୁ ନଥିବା ଅଭିଯୋଗ ହୋଇଛି। ଯାହାକୁ ନେଇ ସ୍ପଷ୍ଟୀକରଣ ରଖିଛନ୍ତି ଭାଜପା ରାଜ୍ୟ ସଭାପତି ମନମୋହନ ସାମଲ।ଏବେ BSKY ନେଇ ଦ୍ୱନ୍ଦ୍ୱ ସୃଷ୍ଟି ନ ହେଉ, ଚିକିତ୍ସା ଜାରି ରହୁ ବୋଲି କହିଛନ୍ତି