ଚିନ୍ମୟ ମିଶନ ପକ୍ଷରୁ ୧୧ରେ ଗୀତା ଶ୍ଳୋକ ଆବୃତ୍ତି ପ୍ରତିଯୋଗିତା

ନୟାଗଡ଼,୩/୧: ଚିନ୍ମୟ ମିଶନ, ନୟାଗଡ଼ ଶାଖା ପକ୍ଷରୁ ବିଦ୍ୟାଳୟ ସ୍ତରରେ ଛାତ୍ରଛାତ୍ରୀ ମାନଙ୍କ ମଧ୍ୟରେ ଶ୍ରୀମଦଭାଗବତଗୀତା ଶ୍ଳୋକ ଆବୃତ୍ତି ପ୍ରତିଯୋଗିତା ଚଳିତ ମାସ ୧୧ ତାରିଖରେ ପିଟିଏସ ରୋଡ଼ରେ ଅବସ୍ଥିତ ଭାରତ ବିକାଶ ପରିଷଦ ଭବନରେ ଅନୁଷ୍ଠିତ ହେବ। ଜୁନିୟର ଏବଂ ସିନିୟର ଦୁଇଟି ବିଭାଗରେ ଅନୁଷ୍ଠିତ ହେବାକୁ ଥିବା ଏହି ପ୍ରତିଯୋଗିତାରେ କୃତକାର୍ଯ୍ୟ ହୋଇଥିବା ଛାତ୍ରଛାତ୍ରୀ ମାନଙ୍କୁ ଚିନ୍ମୟ ମିଶନ ପକ୍ଷରୁ ପ୍ରମାଣ ପତ୍ର ସହିତ ପୁରସ୍କୃତ କରାଯିବ। ଏ ନେଇ ଏକ ପ୍ରସ୍ତୁତି ବୈଠକ ଚିନ୍ମୟ ମିଶନ, ନୟାଗଡ଼ ଶାଖା ସଭାପତି ସୁରେନ୍ଦ୍ରନାଥ ମହାପାତ୍ରଙ୍କ ପୌରୋହିତ୍ୟରେ ଭାରତ ବିକାଶ ପରିଷଦ କାର୍ଯ୍ୟାଳୟରେ ଅନୁଷ୍ଠିତ ହୋଇଥିଲା। ଏହି ବୈଠକରେ ମିଶନ ସଂଯୋଜିକା ଶ୍ରାବଣୀ ମିଶ୍ର, ଅର୍ଥ ସଚିବ ପ୍ରଦୀପ କୁମାର ସାହୁଙ୍କ ସମେତ ସଦସ୍ୟ ଉଦୟନାଥ ନାୟକ, ଅରୁଣ କୁମାର ମହାନ୍ତି,ପ୍ରସନ୍ନ କୁମାର ବସନ୍ତିଆ,ପ୍ରଫୁଲ କୁମାର ନାୟକ,ରବୀନ୍ଦ୍ର ନାଥ ମହାପାତ୍ର, ସତ୍ୟରଞ୍ଜନ ଦାଶ,ପଦ୍ମଚରଣ ସାହୁ, ପ୍ରଦୀପ୍ତ ସାହୁ ଏବଂ ଲକ୍ଷ୍ମୀଧର ସାହୁ ପ୍ରମୁଖ ଉପସ୍ଥିତ ଥିଲେ। ଶେଷରେ ସଦସ୍ୟ ସତ୍ୟରଞ୍ଜନ ଦାଶ ଧନ୍ୟବାଦ ପ୍ରଦାନ କରିଥିଲେ।

You might also like