ବଦଳିବନି ବିଜୁ ପଟ୍ଟନାୟକ କ୍ରୀଡ଼ା ପୁରସ୍କାର ନାଁ । ବିଜୁ ପଟ୍ଟନାୟକ କ୍ରୀଡ଼ା ପୁରସ୍କାର ନାଁ ବଦଳା ଯିବାକୁ ନେଇ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ସ୍ପଷ୍ଟିକରଣ । କହିଲେ, ‘ବଦଳିବ ନାହିଁ ବିଜୁ ପଟ୍ଟନାୟକ କ୍ରୀଡ଼ା ପୁରସ୍କାର ନାଁ । ବିଜୁ ବାବୁଙ୍କ ନାଁରେ ଯେଉଁ ଦୀର୍ଘ ଦିନରୁ ପୁରସ୍କାର ଦିଆଯାଉଛି, ତାହା ପରିବର୍ତନ ନେଇ କୌଣସି ବିଧିବଦ୍ଧ ନିଷ୍ପତ୍ତି ନାହିଁ କି ମୋ ପାଖରେ ଖବର ନାହିଁ । ‘ବରପୁତ୍ରଙ୍କୁ ସମ୍ମାନ ଦିଏ ମୋ ସରକାର’ । ଗଣମାଧ୍ୟମରୁ ମୁଁ ଏ ଖବର ଶୁଣିଲି । ପୂର୍ବ ପରି ବିଜୁ ପଟ୍ଟନାୟକଙ୍କ ନାମରେ କ୍ରୀଡ଼ା ପୁରସ୍କାର ଦିଆଯିବ । ବିଜୁ ବାବୁଙ୍କ ଅବଦାନ ଅତୁଳନୀୟ । ବିଜୁ ପଟ୍ଟନାୟକ କ୍ରୀଡା ପୁରସ୍କାର ଯେମିତି ଚାଲିଥିଲା, ସେମିତି ଚାଲିବ ।
ଗତକାଲି ବିଭିନ୍ନ ଗଣମାଧ୍ୟମରେ ଚର୍ଚ୍ଚା ହୋଇଥିଲା କି, ବିଜୁ ପଟ୍ଟନାୟକ କ୍ରୀଡ଼ା ପୁରସ୍କାର ନାଁ ବଦଳାଇ ଓଡ଼ିଶା ରାଜ୍ୟ କ୍ରୀଡ଼ା ସମ୍ମାନ ରଖାଯାଇଥିଲା । ଏହା ପରେ ବିଭିନ୍ନ ମହଲରେ ପ୍ରତିକ୍ରିୟା ପ୍ରକାଶ ପାଇଥିଲା । ପ୍ରତିବର୍ଷ ଜାତୀୟ କ୍ରୀଡ଼ା ଦିବସ ଅବସରରେ ସଫଳ କ୍ରୀଡ଼ାବିତ, କୋଚ, ସାମ୍ବାଦିକ ଓ କ୍ରୀଡ଼ା ଅନୁଷ୍ଠାନଙ୍କୁ ବିଜୁ ପଟ୍ଟନାୟକ କ୍ରୀଡା ପୁରସ୍କାର ମିଳେ। ମୁଖ୍ୟମନ୍ତ୍ରୀ ଏହି ପୁରସ୍କାର ପ୍ରଦାନ କରିଥାନ୍ତି।