ବିଜେଡିର ବିରାଟ ମିଶ୍ରଣ ପର୍ବ, ୧୦ରୁ ଉର୍ଦ୍ଧ୍ୱ ବିରୋଧୀ ନେତା ବିଜେଡିରେ ସାମିଲ
ନୟାଗଡ଼, ନୟାଗଡ଼ ନିର୍ବାଚନ ମଣ୍ଡଳୀ ବିଜୁ ଜନତା ଦଳ ଦିନକୁ ଦିନ ଶକ୍ତିଶାଳୀ ହେବାରେ ଲାଗିଛି । ବିରୋଧୀ ଦଳର ୨୧୦୦ ରୁ ଉର୍ଦ୍ଧ୍ୱ ନେତା ଓ କର୍ମୀ ବିଜେଡିରେ ଯୋଗ ଦେଲେଣି । ଦିନକୁ ଦିନ ଶକ୍ତିହୀନ ହେଉଛି ବିରୋଧୀ । ଆଗାମୀ ନିର୍ବାଚନ ପାଇଁ ପ୍ରାର୍ଥୀ ମାନେ ନିର୍ବାଚନ ପ୍ରଚାର କାର୍ଯ୍ୟକୁ ଯୋରଦାର କଲେଣି । ଏହି ସମୟରେ ପ୍ରତ୍ୟେକ ଦିନ ଅନେକ ବିରୋଧୀ ଦଳର ନେତା ମାନେ ବିଜେଡିରେ ଯୋଗ ଦେଉଛନ୍ତି । ବିଜେଡି ଅଧୀକ ଶକ୍ତିଶାଳୀ ହେବାରେ ଲାଗିଛି । ବିରୋଧୀ ଦଳର ବହୁ ପୁରୁଖା କର୍ମୀ ମାନେ ବିଜେଡିରେ ଯୋଗ ଦେଉଛନ୍ତି । ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ନୀତି ଆଦର୍ଶରେ ଅନୁପ୍ରାଣିତ ହୋଇ ବିଜେଡିରେ ଯୋଗ ଦେଉଛନ୍ତି ବିରୋଧୀ ନେତା । ନୟାଗଡ଼ ବିଧାୟକ ଡ. ଅରୁଣ କୁମାର ସାହୁଙ୍କ ନୀତି ଆଦର୍ଶ ଓ ବିକାଶ ମୁଳକ କାର୍ଯ୍ୟରେ ସନ୍ତୁଷ୍ଟ ହୋଇ ଅନେକ ବିରୋଧୀ ନେତା ବିଜେଡିରେ ଯୋଗ ଦେଉଛନ୍ତି । ନୟାଗଡ଼ ବିଧାୟକ ଡ. ଅରୁଣ କୁମାର ସାହୁ ଓ ବରିଷ୍ଠ ବିଜେଡି ନେତ୍ରୀ ଇରାନୀ ରାୟ ସମସ୍ତଙ୍କୁ ସ୍ୱାଗତ କରିଛନ୍ତି । କାଳିକାପ୍ରସାଦ ଗ୍ରାମ ପଞ୍ଚାୟତର ଚିନେରା ଗ୍ରାମର ବହୁ ବିରୋଧୀ ଦଳର ବହୁ ନେତା ବିଜେଡିରେ ଯୋଗ ଦେଇଛନ୍ତି । ଚିନେରା ଗ୍ରାମର ନିଳମଣି ରାଉତ, ପ୍ରମୋଦ ଭଟ୍ଟ, ସନ୍ତୋଷ ମଳିକ, ତୋଫାନ ନାୟକ, ସମୀର ବେହେରା, ସରୋଜ ନାୟକ, ବ୍ରହ୍ମାନନ୍ଦ ସାହୁ, ପ୍ରଶନ୍ନ ନାୟକ, ମେଘା ନାୟକ, ଜଳଧର ବେହେରା ପ୍ରମୁଖ ବିଜେଡିରେ ଯୋଗ ଦେଇଛନ୍ତି ।
ଏହି ମିଶ୍ରଣ ପର୍ବରେ କାଳିକାପ୍ରସାଦର ଗ୍ରାମ ପଞ୍ଚାୟତର ବିଜେଡି ପର୍ଯ୍ୟବେକ୍ଷକ ରାଜକିଶୋର ସାହୁ ପ୍ରମୁଖ ଉପସ୍ଥିତ ରହିଥିଲେ । ବିଜୁ ଜନତା ଦଳ ପକ୍ଷରୁ ସମସ୍ତଙ୍କୁ ସ୍ୱାଗତ କରାଯାଇଥିଲା । ନବୀନ ପଟ୍ଟନାୟକ ଜିନ୍ଦାବାଦ, ଶଙ୍ଖ ଚିହ୍ନ ଜିନ୍ଦାବାଦ, ବିଜେଡି ଜିନ୍ଦାବାଦ, ଅରୁପ ପଟ୍ଟନାୟକ ଜିନ୍ଦାବାଦ, ଅରୁଣ ସାହୁ ଜିନ୍ଦାବାଦ ଓ ଆମ ପାଇଁ ବଡ଼ ଆମ ନୟାଗଡ଼ର ଶ୍ଳୋଗାନ ଦେଇଥିଲେ । ଆଗାମୀ ଦିନରେ ବିଜୁ ଜନତା ଦଳକୁ ଶକ୍ତିଶାଳୀ କରିବାକୁ ଆହ୍ୱାନ ଦେଇଥିଲେ ।