Skip to content

ବୈଷୟିକ ଶିକ୍ଷାର୍ଥୀଙ୍କ ଶିଳ୍ପାଞ୍ଚଳ ପରିଦର୍ଶନ

ନୟାଗଡ଼,୧୮/୯: ନୟାଗଡ଼ ଏନଏସି ଉଚ୍ଚ ବିଦ୍ୟାଳୟର ବୈଷୟିକ ଶିକ୍ଷା ବିଭାଗ ଛାତ୍ରଛାତ୍ରୀ ମାନଙ୍କର ଶିଳ୍ପାଞ୍ଚଳ ପରିଦର୍ଶନ କାର୍ଯ୍ୟକ୍ରମ ବୁଧବାର ଦିନ ଅନୁଷ୍ଠିତ ହୋଇଥିଲା। ଏହି କାର୍ଯ୍ୟକ୍ରମ ଅନ୍ତର୍ଗତ ଜିଲ୍ଲାର ବିଭିନ୍ନ ଶିଳ୍ପ କଳ କାରଖାନାକୁ ବ୍ୟବହାରିକ ଜ୍ଞାନ ଆହରଣ କରିବା ନିମନ୍ତେ ଛାତ୍ରଛାତ୍ରୀ ମାନେ ପରିଦର୍ଶନରେ ଯାଇଥାନ୍ତି। ଏହି ପରିପ୍ରେକ୍ଷୀରେ ଆଜି ବିଦ୍ୟାଳୟର କମ୍ପ୍ୟୁଟର ଏବଂ ଇଲେକ୍ଟ୍ରୋନିକ୍ସ ବିଭାଗର ଛାତ୍ରମାନେ ନିକଟସ୍ଥ ବିଦ୍ୟୁତ ଶକ୍ତି ସରବରାହ କେନ୍ଦ୍ରକୁ ପରିଦର୍ଶନରେ ଯାଇଥିଲେ। ଏଠାରେ ବିଦ୍ୟୁତ ଉତ୍ପାଦନ କେନ୍ଦ୍ରରୁ ଉଚ୍ଚ ଶକ୍ତି ସମ୍ପନ୍ନ ବିଦ୍ୟୁତକୁ କିପରି ଭାବରେ ଘରୋଇ ଏବଂ କଳକାରଖାନା ବ୍ୟବହାର ଉପଯୋଗୀ ବିଦ୍ୟୁତକୁ ପରିବର୍ତ୍ତନ କରାଯାଏ ସେ ସମ୍ପର୍କରେ ବିଭାଗୀୟ ଯନ୍ତ୍ରୀ ଏବଂ ଅଧିକାରୀ ମାନେ ପିଲାମାନଙ୍କୁ ପ୍ରାଞ୍ଜଳ ଭାବେ ବୁଝାଇ ଥିଲେ। ବୈଷୟିକ ଶିକ୍ଷକ ମାନସ ରଞ୍ଜନ ସାହୁ ଏବଂ ସହକାରୀ ଶିକ୍ଷକ ଲକ୍ଷ୍ମୀଧର ସାହୁଙ୍କ ପ୍ରତ୍ୟକ୍ଷ ତତ୍ତ୍ୱାବଧାନରେ ଆୟୋଜିତ ଏହି ପରିଦର୍ଶନ କାର୍ଯ୍ୟକ୍ରମରେ ବିଦ୍ୟାଳୟରେ ଅଧ୍ୟୟନରତ ସମସ୍ତ ବୈଷୟିକ ଶିକ୍ଷାର୍ଥୀ ମାନେ ଅଂଶ ଗ୍ରହଣ କରିଥିଲେ।

Ad 1