Skip to content

ସମର୍ପଣ (ବୃଦ୍ଧାଶ୍ରମ)ରେ ୭୬ ତମ ସାଧାରଣତନ୍ତ୍ର ଦିବସ ପାଳନ।

ନୟାଗଡ଼ ଲେଖନପୁର ସ୍ଥିତ ସମର୍ପଣ ବୃଦ୍ଧାଶ୍ରମରେ ମହାସମାରୋହରେ ପାଳିତ ହୋଇ ଯାଇଛି ୭୬ ତମ ସାଧାରଣତନ୍ତ୍ର ଦିବସ। ରଣପୁରର ମାନ୍ଯବର ପୂର୍ବତନ ବିଧାୟକ ଶ୍ରୀଯୁକ୍ତ ସତ୍ଯ ନାରାୟଣ ପ୍ରଧାନ ଅତିଥି ଭାବେ ଯୋଗଦେଇ ଆଶ୍ରମ ଅନ୍ତେବାସୀ ଓ ସଦସ୍ଯ ମାନଙ୍କ ଗହଣ ରେ ଜାତୀୟ ପତାକା ଉତ୍ତୋଳନ କରି ମହାନ୍ ଦେଶଭକ୍ତ ସ୍ବାଧୀନତା ସଂଗ୍ରାମୀ ମାନଙ୍କ ସ୍ମ୍ରୁତି ଚାରଣ କରିବା ସହିତ ଆଶ୍ରମ ପରିଚାଳନା କମିଟି ସଦସ୍ଯ ମାନଙ୍କ ସେବା ଓ ସମୟଦାନ ପାଇଁ ସାଧୁବାଦ ଜଣାଇଥିଲେ।

ସମର୍ପଣ ପରିଚାଳନା କମିଟିର କାର୍ଯ୍ଯକାରୀ ସଭାପତି ଅରୁଣ କୁମାର ମହାନ୍ତି, ସଂପାଦକ ଶ୍ରୀଧର ସାହୁ, କୋଷାଧ୍ୟକ୍ଷ ସନ୍ତୋଷ କୁମାର ନାୟକ, ସଦସ୍ଯ ଧୀରେନ୍ଦ୍ର କୁମାର ପଟ୍ଟନାୟକ, ଶ୍ରୀକାନ୍ତ ପଟ୍ଟନାୟକ,ରାଧେଶ୍ଯାମ ମୋହତା ,ଦୁର୍ଯ୍ଯୋଧନ ସାହୁ ସମେତ ପ୍ଳେସ୍କୁଲର ଛାତ୍ରଛାତ୍ରୀ ଓ ଶିକ୍ଷୟିତ୍ରୀ ମାନେ ଉପସ୍ଥିତ ଥିଲେ।

Ad 1