ଆଜି ଅଧରପଣା ନୀତି, ତିନିରଥରେ ଭାଙ୍ଗିବ ୯ ଅଧରହାଣ୍ଡି

ସିଂହଦ୍ୱାର ସମ୍ମୁଖରେ ଦଣ୍ଡାୟମାନ ତିନିରଥ ଉପରେ ଗୁରୁବାର ଅଧରପଣା ନୀତି ସମ୍ପନ୍ନ ହେବ। ଏହି ନୀତି ପାଇଁ ସ୍ୱତନ୍ତ୍ର ହାଣ୍ଡି ପ୍ରସ୍ତୁତ ହୋଇଛି। ତାହାକୁ ଅଧର ହାଣ୍ଡି କୁହାଯାଏ। ଏହି ହାଣ୍ଡିରେ ପଣା ପ୍ରସ୍ତୁତ ହୋଇ ଦାରୁବିଗ୍ରହଙ୍କ ପାଖରେ ଲାଗି ହେବ। ପ୍ରତି ଠାକୁରଙ୍କ ପାଖରେ ୩ ହାଣ୍ଡି ଲେଖାଏଁ ପଣା ଭୋଗ ହେବ।

ଦାରୁବିଗ୍ରହଙ୍କ ନିକଟରେ ପଣା ଭୋଗ ପରେ ଏହି ପଣାହାଣ୍ଡିକୁ ଭାଙ୍ଗି ଦିଆଯିବାର ବିଧି ରହିଛି। ପଣା ହାଣ୍ଡି ଭାଙ୍ଗିବା ପରେ ପଣା ସବୁ ରଥ ତଳକୁ ବୋହିଯାଏ। ତାହାକୁ ଦେବଦେବୀ, ଭୂତପ୍ରେତ, କିନ୍ନର ଓ ରାକ୍ଷସମାନେ ପାଇଥାନ୍ତି ବୋଲି ବିଶ୍ୱାସ ରହିଛି। ରଥରେ ଠାକୁରଙ୍କ ମଧ୍ୟାହ୍ନ ଧୂପ ନୀତି ବଢ଼ିବା ପରେ ଅଧରପଣା ନୀତି ଅନୁଷ୍ଠିତ ହେବ। ଏହି ନୀତିକୁ ଶୃଙ୍ଖଳିତ କରିବା ଲାଗି ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ସେବାୟତଙ୍କ ସହ ଆଲୋଚନା କରାଯାଇଛି। ଏଥିସହ ପ୍ରଶାସନ ପକ୍ଷରୁ ସମସ୍ତ ପ୍ରସ୍ତୁତି ହୋଇଛି

You might also like