ଆଡକଟା ପଦ୍ମନାଭ ସରକାରୀ ଉଚ୍ଚ ବିଦ୍ୟାଳୟରେ 41 ତମ ଶିଶୁ ମହୋତ୍ସବ ଅନୁଷ୍ଠିତ ।

ନୟାଗଡ଼ ଜିଲ୍ଲା ଗଣିଆ ବ୍ଲକ ଅନ୍ତର୍ଗତ ଆଡ଼କଟା ରେ ଅବସ୍ଥିତ ପଦ୍ମନାଭ ସରକାରୀ ଉଚ୍ଚ ବିଦ୍ୟାଳୟ ପରିସରରେ ଗୁରୁବାର ଓଡ଼ିଶା ମାଧ୍ୟମିକ ଶିକ୍ଷକ ସଂଘ ତରଫରୁ 41 ତମ ବ୍ଲକ୍ ସ୍ତରୀୟ ଶିଶୁ ମହୋତ୍ସବ ଅନୁଷ୍ଠିତ ହୋଇଯାଇଛି ।

ଉକ୍ତ ମହୋତ୍ସବରେ ମୁଖ୍ୟ ଅତିଥି ଭାବେ ବ୍ଲକ୍ ଶିକ୍ଷା ଅଧିକାରୀ ରବୀନ୍ଦ୍ରନାଥ ରାଉତରାୟ ଯୋଗ ଦେଇଥିବା ବେଳେ ଅନ୍ୟ ମାନଙ୍କ ମଧ୍ୟରେ ମୁଖ୍ୟ ବକ୍ତା ଭାବେ ପୂର୍ବତନ ପ୍ରଧାନ ଶିକ୍ଷକ ପ୍ରସନ୍ନ କୁମାର ସେଣ, ପୁରାତନ ଛାତ୍ର ସଂସଦର ସଭାପତି ଚନ୍ଦ୍ରଶେଖର ସାହୁ , ଶିକ୍ଷକ ବାମନ ଚରଣ ବାରିକି , ଗୋଲେଖ ବିହାରୀ ସାହୁ , ବିଦ୍ୟାଳୟର ପ୍ରଧାନଶିକ୍ଷକ ଅରବିନ୍ଦ ମହାଳିକ , ପ୍ରମୁଖ ଉପସ୍ଥିତ ଥିଲେ । ବିଦ୍ୟାଳୟର ସଂସ୍କୃତ ଶିକ୍ଷକ ବିଭତ୍ସ ରଞ୍ଜନ ମୁଦୁଲି ମଞ୍ଚ ପରିଚାଳନା କରିଥିଲେ । ବିଭିନ୍ନ ପ୍ରତିଯୋଗିତାରେ ଅଂଶ ଗ୍ରହଣ କରି କୃତିତ୍ୱ ଅର୍ଜନ କରିଥିବା କୃତି ପ୍ରତିଯୋଗୀମାନଙ୍କୁ ପୁରସ୍କାର ବଣ୍ଟନ କରାଯାଇଥିଲା । ଏହି କାର୍ଯ୍ୟକ୍ରମରେ ସମସ୍ତ ଶିକ୍ଷକ ଶିକ୍ଷୟିତ୍ରୀ ସହଯୋଗ କରିଥିଲେ

You might also like