NAYAGADA TODAY-ଓଡ଼ଗାଁ ଗୋଷ୍ଠୀ ସ୍ୱାସ୍ଥ୍ୟକେନ୍ଦ୍ରରେ ଦୀର୍ଘଦିନ ଧରି ଡାକ୍ତର ଅଭାବ ସମସ୍ୟା ଲାଗି ରହିଥିବାରୁ ରୋଗୀସେବା ବିପର୍ଯ୍ୟସ୍ତ ହୋଇପଡ଼ିଛି। ଏହି ସମସ୍ୟାକୁ ନେଇ ନୟାଗଡ଼ ବିଧାୟକ ଡ଼ ଅରୁଣ କୁମାର ସାହୁ ଡାକ୍ତରଖାନା ପରିଦର୍ଶନ କରି ସ୍ଥିତି ସମୀକ୍ଷା କରିଥିଲେ,ଡାକ୍ତରଖାନାରେ ଆବଶ୍ୟକ ସଂଖ୍ୟକ ବିଶେଷଜ୍ଞ ଡାକ୍ତର ଓ ଏମ୍ବିବିଏସ୍ ଡାକ୍ତର ନଥିବାରୁ ରୋଗୀମାନେ ଉପଯୁକ୍ତ ଚିକିତ୍ସା ପାଇବାରେ ନାନା ସମସ୍ୟାର ସମ୍ମୁଖୀନ ହେଉଛନ୍ତି। ଡାକ୍ତରଖାନାରେ ଆବଶ୍ୟକ ଭିତ୍ତିଭୂମି ଓ ଚିକିତ୍ସା ସୁବିଧା ଥିଲେ ମଧ୍ୟ ଡାକ୍ତର ଅଭାବ ଯୋଗୁଁ ରୋଗୀସେବା ପ୍ରଭାବିତ ହେଉଥିବା ଅଭିଯୋଗ ହୋଇଛି।ପରିଦର୍ଶନ ସମୟରେ ବିଧାୟକ ଡାକ୍ତରଖାନାର ଅଧିକାରୀ ଓ ସ୍ୱାସ୍ଥ୍ୟକର୍ମୀଙ୍କ ସହ ଆଲୋଚନା କରି ସମସ୍ୟାର ସମାଧାନ ଦିଗରେ ପଦକ୍ଷେପ ନେବାକୁ ଗୁରୁତ୍ୱ ଦେଇଥିଲେ। ଏଥିସହ ଡାକ୍ତର ନିଯୁକ୍ତି ଓ ଉନ୍ନତ ରୋଗୀସେବା ପାଇଁ ଦାବି ଉଠିଛି।ଦୀର୍ଘଦିନ ଧରି ଏହି ସମସ୍ୟାର ସମାଧାନ ନହେଲେ ଆଗାମୀ ଦିନରେ ଆନ୍ଦୋଳନକୁ ଓହ୍ଲାଇବା ପାଇଁ ଚେତାବନୀ ଦିଆଯାଇଛି। ସାଧାରଣ ଲୋକଙ୍କୁ ଉନ୍ନତ ଓ ସୁଲଭ ସ୍ୱାସ୍ଥ୍ୟସେବା ଯୋଗାଇଦେବା ପାଇଁ ତୁରନ୍ତ ଡାକ୍ତର ନିଯୁକ୍ତି ଦାବି ଜୋର ଧରିଛି।