ଓଡ଼ିଶା ଆଦର୍ଶ ବିଦ୍ୟାଳୟ ଦ୍ୱାରଗାଁରେ ବିଦ୍ୟାଳୟ ସ୍ତରୀୟ ବିଜ୍ଞାନ, ସାମାଜିକ ବିଜ୍ଞାନ, ଗଣିତ ଓ କଳା ପ୍ରଦର୍ଶନୀ ଆୟୋଜିତ

NAYAGADA TODAY-ଓଡ଼ିଶା ଆଦର୍ଶ ବିଦ୍ୟାଳୟ, ଦ୍ୱାରଗାଁରେ ବିଦ୍ୟାଳୟ ସ୍ତରୀୟ ବିଜ୍ଞାନ, ସାମାଜିକ ବିଜ୍ଞାନ, ଗଣିତ ଓ କଳା ପ୍ରଦର୍ଶନୀ ଆୟୋଜିତ ହୋଇଯାଇଛି। ଏହି କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ଦଶପଲ୍ଲା ବିଡ଼ିଓ ଶରତ କୁମାର ମଲ୍ଲିକ ଯୋଗଦେଇ କାର୍ଯ୍ୟକ୍ରମକୁ ଉଦ୍ଘାଟନ କରିଥିବାବେଳେ ସମ୍ମାନିତ ଅତିଥି ଭାବେ ବିଇଓ ଭକ୍ତିବିନୋଦ ସଲଙ୍କ ସମେତ ବହୁ ମାନ୍ୟଗଣ୍ୟ ବ୍ୟକ୍ତି ଉପସ୍ଥିତ ଥିଲେ। ଅତିଥିମାନେ କାର୍ଯ୍ୟକ୍ରମରେ ଅଂଶ ଗ୍ରହଣ କରିଥିବା ଛାତ୍ରଛାତ୍ରୀଙ୍କ ବିଭିନ୍ନ ପ୍ରକଳ୍ପ ବୁଲି ଦେଖିବା ସହ ସେମାନଙ୍କୁ ଉତ୍ସାହିତ କରିଥିଲେ।କାର୍ଯ୍ୟକ୍ରମ କୁ ବିଦ୍ୟାଳୟର ପ୍ରଧାନଶିକ୍ଷକ ପରିଚାଳନା କରିଥିବା ଜଣାପଡ଼ିଛି

You might also like