ଓଡ଼ିଶା ଶିକ୍ଷା ଅମଲା ସଂଘର ସାଧାରଣ ଅଧିବେଶନ

ନୟାଗଡ଼,୨୯/୯: ଓଡ଼ିଶା ଶିକ୍ଷା ଅମଲା ସଂଘ,ନୟାଗଡ଼ ଜିଲ୍ଲା ଶାଖାର ଚତୁର୍ଥ ଅଧିବେଶନ ନବଘନପୁର ଉଚ୍ଚ ବିଦ୍ୟାଳୟ ଠାରେ ଅନୁଷ୍ଠିତ ହୋଇଯାଇଛି। ସଂଘର ମୁଖ୍ୟ ଉପଦେଷ୍ଟା ଅବସରପ୍ରାପ୍ତ ପ୍ରତିଷ୍ଠାନ ଅଧିକାରୀ ହାଡ଼ିବନ୍ଧୁ ନାୟକଙ୍କ ଅଧ୍ୟକ୍ଷତାରେ ସଭା କାର୍ଯ୍ୟ ପରିଚାଳିତ ହୋଇଥିଲା। ଉକ୍ତ ସଭାରେ ଜିଲ୍ଲା ଶିକ୍ଷା ଅମଲା ସଂଘର ସଭାପତି ମନୋରଞ୍ଜନ ପଟ୍ଟନାୟକ, ସମ୍ପାଦକ ଶ୍ରୀଧର କୁମାର ସାହୁ,ସହ ସମ୍ପାଦକ କ୍ଷୀରୋଦ କୁମାର ସାହୁ,କୋଷାଧ୍ୟକ୍ଷ ରଜତ କୁମାର ହରିଚନ୍ଦନ,ରାଜ୍ୟ ଶିକ୍ଷା ଅମଲା ସଂଘର ଯୁଗ୍ମ ସମ୍ପାଦକ ଋତୁରାଜ ସୋମନାଥ ସ୍ବାଇଁଙ୍କ ସମେତ ଜିଲ୍ଲାରେ କାର୍ଯ୍ୟରତ ଶତାଧିକ ଅମଲା ଯୋଗଦାନ କରିଥିଲେ। ଏହି ଅବସରରେ ଅବସର ଗ୍ରହଣ କରିଥିବା ୨୧ ଜଣ ଅମଲା କର୍ମଚାରୀଙ୍କୁ ମାନପତ୍ର ଏବଂ ଉପଢୌକନ ଦେଇ ସଂଘ ପକ୍ଷରୁ ବିଦାୟ କାଳୀନ ସମ୍ବର୍ଦ୍ଧନା ଦିଆଯାଇଥିଲା। ଏଥି ସହିତ ନୂତନ ଏବଂ ପଦୋନ୍ନତି ପାଇଥିବା ଅମଲା ମାନଙ୍କୁ ସ୍ୱାଗତ ସମ୍ବର୍ଦ୍ଧନା ପ୍ରଦାନ କରାଯାଇଥିଲା। ଓଡ଼ିଶା ଶିକ୍ଷା ଅମଲା ସଂଘ ବିଗତ ଦିନରେ ସରକାରଙ୍କୁ ଦେଇଥିବା ଦାବି ଗୁଡିକ ଉପରେ ଆଲୋଚନା ହେବା ସହ ଆଗାମୀ କାର୍ଯ୍ୟପନ୍ଥା ସମ୍ପର୍କରେ ନିଷ୍ପତ୍ତି ଗ୍ରହଣ କରାଯାଇଥିଲା।

You might also like