ଖଣ୍ଡପଡ଼ାରେ ଜିଲ୍ଲାପାଳଙ୍କ ଜନଶୁଣାଣି ଅଭିଯୋଗ,୧୪ ମାମଲା ତୁରନ୍ତ ସମାଧାନ

ନୟାଗଡ଼ ଜିଲ୍ଲା ଖଣ୍ଡପଡ଼ା ପଞ୍ଚାୟତ ସମିତି କାର୍ଯ୍ୟାଳୟରେ ଜିଲ୍ଲାପାଳ ଅକ୍ଷୟ ସୁନୀଲ ଅଗ୍ରୱାଲ ଙ୍କ ନେତୃତ୍ୱ ଜନ ଶୁଣାଣି ଅଭିଯୋଗ ଅନୁଷ୍ଠିତ ହୋଇଛି । ଏହି କାର୍ଯ୍ୟକ୍ରମରେ ନୟାଗଡ଼ ଆରକ୍ଷୀ ଅଧୀକ୍ଷକ ଏସ.ସୁଶ୍ରୀ, ଅତିରିକ୍ତ ଜିଲ୍ଲାପାଳ ଦିଲ୍ଲୀପ କୁମାର ବଳ, ଜିଲ୍ଲା ପରିଷଦ କାର୍ଯ୍ୟ ନିର୍ବାହି ଅଧିକାରୀ ଦେବଦତ୍ତ ପଣ୍ଡା, ଉପଜିଲ୍ଲାପାଳ କର୍ଣ୍ଣଦେବ ସମାଦାର ପ୍ରମୁଖ ଉପସ୍ଥିତ ରହିଥିଲେ । ଆଜି ମୋଟ ୧୪୧ ଗୋଟି ମାମଲା ଗ୍ରହଣ କରାଯାଇଥିଲା । ସେଥି ମଧ୍ୟରୁ ୧୩୫ ଗୋଟି ବ୍ୟକ୍ତିଗତ ମାମଲା ରହିଥିବା ବେଳେ ୪ଗୋଟି ଗ୍ରାମ୍ୟ ମାମଲା ରହିଥିଲା । ମୁଖ୍ୟମନ୍ତ୍ରୀ ରିଲିଫ ଫଣ୍ଡ ଦୁଇଗୋଟି ମାମଲା ରହିଥିବା ବେଳେ ୧୪ ଗୋଟି ମାମଲାର ତୁରନ୍ତ ସମାଧାନ କରାଯାଇଥିଲା ।ଆଜିର କାର୍ଯ୍ୟ କ୍ରମରେ ସ୍ଥାନୀୟ ବିଡ଼ିଓଙ୍କ ସମେତ ସମସ୍ତ ଅଧିକାରୀ ମାନେ ଉପସ୍ଥିତ ରହିଥିଲେ ।

You might also like