NAYAGADA TODAY-ଭାରତୀୟ ଜନତା ପାର୍ଟି (ବିଜେପି) ପକ୍ଷରୁ ଗଣତନ୍ତ୍ର ବଞ୍ଚାଅ ଅଭିଯାନକୁ ନେଇ ନୟାଗଡ଼ ବ୍ଲକ ସମ୍ମିଳନୀ କକ୍ଷରେ ଏକ ସାମ୍ବାଦିକ ସମ୍ମିଳନୀ ଅନୁଷ୍ଠିତ ହୋଇଯାଇଛି।ଏହି ସମ୍ମିଳନୀରେ ଗଣତନ୍ତ୍ରର ସୁରକ୍ଷା, ଗଣତାନ୍ତ୍ରିକ ମୂଲ୍ୟବୋଧର ସୁରକ୍ଷା ଏବଂ ଜନସାଧାରଣଙ୍କ ସାମ୍ବିଧାନିକ ଅଧିକାର ସମ୍ପର୍କରେ ଦଳ ପକ୍ଷରୁ ମତ ରଖାଯାଇଥିଲା। ଏଥିସହ ଗଣତନ୍ତ୍ରକୁ ସୁଦୃଢ଼ କରିବା ଦିଗରେ ଜନସାଧାରଣଙ୍କ ସଚେତନତା ଓ ସହଯୋଗର ଆବଶ୍ୟକତା ଉପରେ ଆଲୋକପାତ କରାଯାଇଥିଲା।ସାମ୍ବାଦିକ ସମ୍ମିଳନୀରେ ଉପସ୍ଥିତ ଦଳୀୟ ନେତୃବୃନ୍ଦ ତଥା ଜିଲ୍ଲା ପ୍ରଭାରୀ ସୁରଥ ବିଶ୍ୱାଳ, ଖଣ୍ଡପଡ଼ା ବିଧାୟକ ଦୁଷ୍ମନ୍ତ କୁମାର ସ୍ୱାଇଁ,ଦଶପଲ୍ଲା ବିଧାୟକ ପ୍ରାଥୀ ରାଘବ ମଲ୍ଲିକ, ଜିଲ୍ଲା ସଭାପତି ତାପସ ମାର୍ଥା, ପର୍ଶୁରାମ ସ୍ୱାଇଁ ମିଳିତ ଭାବେ ବିଭିନ୍ନ ରାଜନୈତିକ ଓ ସାମାଜିକ ପ୍ରସଙ୍ଗ ଉପରେ ନିଜ ନିଜର ମତାମତ ରଖିବା ସହ ଏହି ଅଭିଯାନକୁ ତୃଣମୂଳ ସ୍ତରରେ ପହଞ୍ଚାଇବା ନେଇ ଆହ୍ୱାନ ଦେଇଥିଲେ। ଗଣମାଧ୍ୟମ ପ୍ରତିନିଧିଙ୍କ ବିଭିନ୍ନ ପ୍ରଶ୍ନର ଉତ୍ତର ମଧ୍ୟ ଦଳୀୟ ନେତାମାନେ ରଖିଥିଲେ।