ନୟାଗଡ଼,୪/୧୦: ଚିନ୍ମୟ ମିଶନ, ନୟାଗଡ଼ ଶାଖା ପକ୍ଷରୁ ବିଦ୍ୟାଳୟ ସ୍ତରରେ ଛାତ୍ରଛାତ୍ରୀ ମାନଙ୍କ ମଧ୍ୟରେ ଶ୍ରୀମଦଭାଗବତଗୀତା ଶ୍ଳୋକ ଆବୃତ୍ତି ପ୍ରତିଯୋଗିତା ଚଳିତ ମାସ ଶେଷ ସପ୍ତାହରେ ଆରମ୍ଭ ହେବ। ଜୁନିୟର ଏବଂ ସିନିୟର ଦୁଇଟି ବିଭାଗରେ ଅନୁଷ୍ଠିତ ହେବାକୁ ଥିବା ଏହି ପ୍ରତିଯୋଗିତାରେ କୃତକାର୍ଯ୍ୟ ହୋଇଥିବା ଛାତ୍ରଛାତ୍ରୀ ମାନଙ୍କୁ ଚିନ୍ମୟ ମିଶନ ପକ୍ଷରୁ ପ୍ରମାଣ ପତ୍ର ସହିତ ପୁରସ୍କୃତ କରାଯିବ। ଏ ନେଇ ଏକ ପ୍ରସ୍ତୁତି ବୈଠକ ଚିନ୍ମୟ ମିଶନ, ନୟାଗଡ଼ ଶାଖା ସଭାପତି ସୁରେନ୍ଦ୍ରନାଥ ମହାପାତ୍ରଙ୍କ ପୌରୋହିତ୍ୟରେ ଭାରତ ବିକାଶ ପରିଷଦ କାର୍ଯ୍ୟାଳୟରେ ଅନୁଷ୍ଠିତ ହୋଇଥିଲା। ଏହି ବୈଠକରେ ମିଶନ ସଂଯୋଜିକା ଶ୍ରାବଣୀ ମିଶ୍ର, ଅର୍ଥ ସଚିବ ପ୍ରଦୀପ କୁମାର ସାହୁଙ୍କ ସମେତ ସଦସ୍ୟ ପ୍ରଫୁଲ କୁମାର ନାୟକ, କୃପାସିନ୍ଧୁ କରଣ, ପଦ୍ମ ଚରଣ ସାହୁ,ରବୀନ୍ଦ୍ର ନାଥ ମହାପାତ୍ର, ସତ୍ୟରଞ୍ଜନ ଦାଶ,କୃଷ୍ଣପ୍ରିୟା ଦାଶ,ଲକ୍ଷ୍ମୀଧର ସାହୁ ପ୍ରମୁଖ ଉପସ୍ଥିତ ଥିଲେ।