ନୟାଗଡ଼ ଡିଆରଡିଏ ରାସ୍ତା ନବୋଦୟ ବିଦ୍ୟାଳୟ ନିକଟରେ ଆଜି ଜିଲ୍ଲା ଯୋଜନା ଓ ପର୍ଯ୍ୟାଲୋଚନା କାର୍ଯ୍ୟାଳୟର ଭିତି ପ୍ରସ୍ତର ସ୍ଥାପନ କରାଯାଇଛି । ମୁଖ୍ୟଅତିଥି ଭାବେ ନୟାଗଡ଼ ବିଧାୟକ ଡ. ଅରୁଣ କୁମାର ସାହୁ ଯୋଗଦେଇଥିଲେ ।

ସମ୍ମାନିତ ଅତିଥି ଭାବେ ରଣପୁର ବିଧାୟକ ତଥା ଜିଲ୍ଲା ଯୋଜନା ବୋର୍ଡ ଅଧ୍ୟକ୍ଷ ସତ୍ୟନାରାୟଣ ପ୍ରଧାନ, ଦଶପଲ୍ଲା ବିଧାୟକ ରମେଶ ଚନ୍ଦ୍ର ବେହେରା, ଜିଲ୍ଲା ପରିଷଦ ଅଧ୍ୟକ୍ଷ ଇଂ. ଦେବା ଶିଷ ପଟ୍ଟନାୟକ, ନୟାଗଡ଼ ପୌରାଧ୍ଯକ୍ଷା ନିରୁପମା ଖଟେଇ, ଉପାଧ୍ୟକ୍ଷ ଗୁରୁପ୍ରସାଦ ଜେନା, ରଣପୁର ବ୍ଲକ ଉପାଧ୍ୟକ୍ଷ ପ୍ରଭାତ କୁମାର ଦଳବେହେରା, ଜିଲ୍ଲା ପରିଷଦ ସଭ୍ୟ ସୁବାଷ କଅଁର,ଚିନ୍ମୟୀ ଦାସ ପ୍ରମୁଖ ଉପସ୍ଥିତ ରହିଥିଲେ ।

ଏଥି ନିମନ୍ତେ ରାଜ୍ୟ ସରକାର ୪ କୋଟି ଟଙ୍କା ଅନୁଦାନ ପ୍ରଦାନ କରିଛନ୍ତି । ଆସନ୍ତା ସେପ୍ଟେମ୍ବର ମାସ ସୁଦ୍ଧା ଏହି କାର୍ଯ୍ୟ ସାରିବା ପାଇଁ ନୟାଗଡ଼ ବିଧାୟକ ଡ.ସାହୁ ପରାମର୍ଶ ଦେଇଥିଲେ ।

ଏହି କାର୍ଯ୍ୟକ୍ରମରେ ବହୁ ସଂଖ୍ୟକ ଜନ ସାଧାରଣ ଙ୍କ ସମେତ ବହୁ ରାଜନେତା ଯୋଗ ଦେଇଛନ୍ତି । ନୟାଗଡ଼ ରୁ ଜିତୁନ ମହାପାତ୍ରଙ୍କ ରିପୋଟ ନୟାଗଡ଼ ଟୁଡ଼େ ।