ନୟାଗଡ଼ରେ ପାଲେଷ୍ଟାଇନ ସଂହତି ଦିବସ…

/ ତା୦୭.୧୦.୨୦୨୪, ଅଦ୍ୟ ନୟାଗଡ଼ ସଦରମହକୁମାରେ ସି.ପି.ଆଇ.(ଏମ୍) ନେତୃତ୍ବରେ ପଟୁଆର ସହିତ ନୟାଗଡ଼ ସହର ପରିକ୍ରମା ପୂର୍ବକ ପାଲେଷ୍ଟାଇନ ସଂହତି ଦିବସ ପାଳନ କରାଯାଇଛି। ଆମେରିକା ମଦତପୁଷ୍ଟ ଯୁଦ୍ଧଖୋର ଇସ୍ରାଏଲ ଯେଭଳି ବର୍ଷାଧିକ କାଳ ପାଲେଷ୍ଟାଇନକୁ କବଳିତ କରିବାପାଇଁ ଆକ୍ରମଣ ଚଳାଇ ରଖିଛି, ବୋମା ଓ କ୍ଷେପଣାସ୍ତ୍ର ମାଡ଼ରେ ହଜାରହଜାର ପାଲେଷ୍ଟାଇନୀୟ ସାଧାରଣ ନାଗରିକ, ଛୋଟଶିଶୁ, ବୃଦ୍ଧ ବୃଦ୍ଧା, ସ୍କୁଲ ଛାତ୍ରଛାତ୍ରୀଙ୍କୁ ହତ୍ୟା କରୁଛି,ତାହାର ପ୍ରତିବାଦରେ ବାମପନ୍ଥୀ ଦଳଙ୍କ ପକ୍ଷରୁ ଆହୂତ ଦେଶବ୍ୟାପୀ କାର୍ଯ୍ୟକ୍ରମର ଆଧାରରେ ଏହି ବିକ୍ଷୋଭ ପ୍ରଦର୍ଶନ କରାଯାଇଛି। ବରିଷ୍ଠ ସି.ପି.ଆଇ.(ଏମ୍) ନେତା ବିଶ୍ଵନାଥ ମହାପାତ୍ରଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଏହି ପଟୁଆର ଓ ସଭାରେ ଦଳର ପ୍ରମୁଖ ନେତୃତ୍ବ ଗୋଲକବିହାରି ମୁଦୁଲି, ପବିତ୍ର ଇନ୍ଦ୍ରଜିତ, ସୁରେଶ ସ୍ବାଇଁ, ସରୋଜ କୁମାର ନାୟକ, ଜ୍ୟୋତିପ୍ରଭା ଜେନା, କୁଳମଣି ପୃଷ୍ଟି, ବୁଦ୍ଧି ନାୟକ, ନିରଞ୍ଜନ ସାହୁ, ଭାଗିରଥି ସ୍ଵାଇଁ, ଅଧିକାରୀ ବେହେରା ଓ ସି.ପି.ଆଇ.ନେତା ଅମୀୟ ପଟ୍ଟନାୟକ ପ୍ରମୁଖ ଯୋଗ ଦେଇଥିଲେ।

You might also like