ନୟାଗଡ଼ରେ ବିଜେପି ଯୁବମୋର୍ଚ୍ଚା ରାଜ୍ୟ ସଭାପତିଙ୍କୁ ଭବ୍ୟ ସ୍ୱାଗତ ଓ ସମ୍ବର୍ଦ୍ଧନା

NAYAGADA TODAY-ନୟାଗଡ଼ ଗସ୍ତରେ ଆସିଥିବା ଭାରତୀୟ ଜନତା ଯୁବମୋର୍ଚ୍ଚାର ରାଜ୍ୟ ସଭାପତି ଶ୍ରୀ ଅଭିଳାଷ ପଣ୍ଡାଙ୍କୁ ଦଳୀୟ କାର୍ଯ୍ୟକର୍ତ୍ତାଙ୍କ ପକ୍ଷରୁ ଆତ୍ମୀୟ ଓ ଉତ୍ସାହପୂର୍ଣ୍ଣ ସ୍ୱାଗତ ସହ ସମ୍ବର୍ଦ୍ଧନା ପ୍ରଦାନ କରାଯାଇଛି। ଏହି ଅବସରରେ ଯୁବମୋର୍ଚ୍ଚାର କର୍ମକର୍ତ୍ତା ଓ ଦଳୀୟ ସମର୍ଥକଙ୍କ ମଧ୍ୟରେ ବେଶ୍ ଉତ୍ସାହ ପରିଲକ୍ଷିତ ହୋଇଥିଲା।ଏହି ଆତ୍ମୀୟତାପୂର୍ଣ୍ଣ ସ୍ୱାଗତ ଓ ସମ୍ବର୍ଦ୍ଧନା ପାଇଁ ଶ୍ରୀ ପଣ୍ଡା ସମସ୍ତ ଦଳୀୟ କାର୍ଯ୍ୟକର୍ତ୍ତା ଓ ଶୁଭେଚ୍ଛୁଙ୍କୁ ହୃଦୟରୁ କୃତଜ୍ଞତା ଜଣାଇଛନ୍ତି।

You might also like