ନୟାଗଡ଼ରେ ମଧୁବାବୁ ପେନସନ ଯୋଜନାର  ଶୁଭାରମ୍ଭ

NAYAGADA TODAY-ନୟାଗଡ଼ ସ୍ୱୟଂଶାସିତ ମହାବିଦ୍ୟାଳୟ ପରିସରରେ ଆଜି ଜିଲ୍ଲାସ୍ତରୀୟ ମଧୁବାବୁ ପେନସନ ଯୋଜନାରେ ହିତାଧିକାରୀମାନଙ୍କୁ ଭତ୍ତା ପ୍ରଦାନର ଶୁଭାରମ୍ଭ କରାଯିବା ସହ ଏକୀକୃତ ପେନସନ ପରିଚାଳନା ପୋର୍ଟାଲ୍ (UPMP)ର ଶୁଭ ଉଦ୍‌ଘାଟନ ହୋଇଯାଇଛି।ଏହି ଅବସରରେ ମାନ୍ୟବର ମନ୍ତ୍ରୀ ଶ୍ରୀ ଗୋକୁଳାନନ୍ଦ ମଲ୍ଲିକ ମୁଖ୍ୟ ଅତିଥି ଭାବେ ଯୋଗଦେଇଥିବା ବେଳେ ସମ୍ମାନିତ ଅତିଥି ଭାବେ ଅନ୍ୟ ଅତିଥିମାନେ ଯୋଗଦେଇଥିଲେ। ମଞ୍ଚରେ ନୟାଗଡ଼ ଜିଲ୍ଲାପାଳ ଶ୍ରୀମତୀ ମଧୁମିତା ରଥ, ଜିଲ୍ଲା ପରିଷଦ ଅଧ୍ୟକ୍ଷ ଇଂ. ଦେବାଶିଷ ପଟ୍ଟନାୟକ, ନୟାଗଡ଼ ପୌର ପରିଷଦ ଅଧ୍ୟକ୍ଷା ଶ୍ରୀମତୀ ନିରୁପମା ଖଟେଇ ଏବଂ ମୁଖ୍ୟ ଉନ୍ନୟନ ଅଧିକାରୀ ଶ୍ରୀ ଲଗ୍ନଜିତ ରାଉତଙ୍କ ସମେତ ବହୁ ଗଣ୍ୟମାନ୍ୟ ବ୍ୟକ୍ତି ଉପସ୍ଥିତ ଥିଲେ।କାର୍ଯ୍ୟକ୍ରମରେ ସମାଜର ଅବହେଳିତ, ଅସହାୟ, ବରିଷ୍ଠ ନାଗରିକ ଓ ଦିବ୍ୟାଙ୍ଗମାନଙ୍କୁ ସାମାଜିକ ସୁରକ୍ଷା ଯୋଗାଇଦେବା ସରକାରଙ୍କ ପ୍ରମୁଖ ପ୍ରାଥମିକତା ବୋଲି ଗୁରୁତ୍ୱାରୋପ କରାଯାଇଥିଲା। ପେନସନ ବଣ୍ଟନ ବ୍ୟବସ୍ଥାକୁ ଅଧିକ ସ୍ୱଚ୍ଛ, ସରଳ ଓ ଡିଜିଟାଲ୍‌ଭିତ୍ତିକ କରିବା ଲକ୍ଷ୍ୟରେ UPMP ପୋର୍ଟାଲ୍ ଏକ ଗୁରୁତ୍ୱପୂର୍ଣ୍ଣ ପଦକ୍ଷେପ ବୋଲି ମତ ପ୍ରକାଶ ପାଇଥିଲା l

You might also like