ନୟାଗଡ଼ରେ ସ୍ୱାସ୍ଥ୍ୟସେବାର ସମୀକ୍ଷା ବୈଠକ
NAYAGADA TODAY-ଜିଲ୍ଲାପାଳ ତଥା ଜିଲ୍ଲା ମାଜିଷ୍ଟ୍ରେଟଙ୍କ ଅଧ୍ୟକ୍ଷତାରେ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗର ବିଭିନ୍ନ ଜନକଲ୍ୟାଣମୂଳକ ଯୋଜନାର ଜିଲ୍ଲାସ୍ତରୀୟ ସମୀକ୍ଷା ବୈଠକ ଅନୁଷ୍ଠିତ ହୋଇଛି। ବୈଠକରେ ସିଡିଏମଓଙ୍କ ସମେତ ସମସ୍ତ ସ୍ୱାସ୍ଥ୍ୟ ଅଧିକାରୀ ଓ କର୍ମଚାରୀ ଯୋଗଦେଇ ଯୋଜନାର ଅଗ୍ରଗତି, ଲକ୍ଷ୍ୟ ପୂରଣ ଓ ବିଭାଗୀୟ ସମନ୍ୱୟ ଉପରେ ଆଲୋଚନା କରିବା ସହ ଜିଲ୍ଲାରେ ସ୍ୱାସ୍ଥ୍ୟସେବାକୁ ଅଧିକ ସୁଦୃଢ଼ କରିବା ଉପରେ ଗୁରୁତ୍ୱ ଦିଆଯାଇଛି।