NAYAGADA TODAY-ନୟାଗଡ଼ ସ୍ୱୟଂଶାସିତ ମହାବିଦ୍ୟାଳୟଠାରେ ଜିଲ୍ଲାସ୍ତରୀୟ ପ୍ରବନ୍ଧ ଓ କୁଇଜ୍ ପ୍ରତିଯୋଗିତା ସଫଳତାର ସହ ଆୟୋଜିତ ହୋଇଛି। ଜିଲ୍ଲାର ୪ଟି ବିଧାନସଭା କ୍ଷେତ୍ରରୁ ମନୋନୀତ ଛାତ୍ରଛାତ୍ରୀ ଏଥିରେ ଭାଗ ନେଇଥିଲେ। ଯୁବପିଢ଼ିଙ୍କ ମଧ୍ୟରେ ନିର୍ବାଚନୀ ସଚେତନତା, ଗଣତାନ୍ତ୍ରିକ ମୂଲ୍ୟବୋଧ ଓ ନାଗରିକ ଦାୟିତ୍ୱବୋଧ ବୃଦ୍ଧି ଏହାର ମୁଖ୍ୟ ଉଦ୍ଦେଶ୍ୟ ଥିଲା। କାର୍ଯ୍ୟକ୍ରମରେ ଅତିରିକ୍ତ ଜିଲ୍ଲାପାଳ ରୋଜିନା ଦାସଙ୍କ ସମେତ ଅନ୍ୟ ଅଧିକାରୀ ଓ ମହାବିଦ୍ୟାଳୟ କର୍ମଚାରୀ ଉପସ୍ଥିତ ଥିଲେ।