ନୟାଗଡ଼ ଜିଲ୍ଲାପାଳ ଙ୍କ ସଦଭାବନା ସଭାଗୃହ ରେ ବାଲ୍ୟ ବିବାହ ମୁକ୍ତ କରିବା ପାଇଁ ଗଣିଆ ଉନ୍ନୟନ କମିଟି ଦ୍ୱାରା ଆଲୋଚନା ଚକ୍ର ଅନୁଷ୍ଠିତ

NAYAGADA TODAY-ବାଲ୍ୟ ବିବାହକୁ ରୋକିବା ଓ ସଚେତନ କରିବା ଉଦ୍ଦେଶ୍ୟ ରେ ଜିଲ୍ଲାପାଳଙ୍କ କାର୍ଯ୍ୟଳୟରେ ଥିବା ସଦଭାବନା ସଭାଗୃହରେ ଅପରାହ୍ନ ୪ ଘଟିକା ସମୟରେ ଜିଲ୍ଲାପାଳଙ୍କ ଅଧକ୍ଷତାରେ ଗଣିଆ ଉନ୍ନୟନ କମିଟି ଦ୍ୱାରା ଏକ  ବୈଠକ ଅନୁଷ୍ଠିତ ହୋଇଥିଲା । ଏହି ସଭା କାର୍ଯ୍ୟରେ ଜିଲ୍ଲାପାଳ ତଥା ଜିଲ୍ଲା ମାଜିଷ୍ଟ୍ରେଟ ଶ୍ରୀମତୀ ମଧୁମିତା ରଥ ,  ଅତିରିକ୍ତ ଜିଲ୍ଲାପାଳ ଶ୍ରୀମତୀ ରୋଜିନା ଦାସ, ଉପ ଜିଲ୍ଲାପାଳ ଶ୍ରୀଯୁକ୍ତ କିଶୋର କୁମାର ପଣ୍ଡା, ସଚିବ ଜିଲ୍ଲା ଆଇନ ସେବା ପ୍ରାଧିକରଣ ଶ୍ରୀମତୀ ଅଞ୍ଜଳି  ମଛଖଣ୍ଡ , ଜିଲ୍ଲା ସମାଜ ମଙ୍ଗଳ ଅଧିକାରୀ ବିଷ୍ଣୁପ୍ରିୟା ସେଠୀ, ଶିଶୁ ମଙ୍ଗଳ ସମିତି ଅଧ୍ୟକ୍ଷ କାମାକ୍ଷା ପ୍ରସାଦ ଦାସ, ଜିଲ୍ଲା ଶିଶୁ ସୁରକ୍ଷା ଅଧିକାରୀ, DSP HRPC ଡି. ସି. ଟୁଡୁ , ଜିଲ୍ଲା ପଞ୍ଚାୟତ ଅଧିକାରୀ ଶ୍ରୀଯୁକ୍ତ ମନୋରଞ୍ଜନ ମହାନ୍ତି , ଗଣିଆ ଉନ୍ନୟନ କମିଟି ଅଧକ୍ଷ। ଉଷା ପଟ୍ଟନାୟକ ଏବଂ ଜିଲ୍ଲାର ସମସ୍ତ ସିଡ଼ିପିଓ , ସ୍ୱେଚ୍ଛାସେବୀ ସଂଗଠନ ମାନେ ଉପସ୍ଥିତ ଥିଲେ । ନୟାଗଡ଼ ଜିଲ୍ଲାକୁ ବାଲ୍ୟ ବିବାହ ମୁକ୍ତ କରିବା ପାଇଁ ସମସ୍ତେ  ମିଳିମିଶି କାମ କରିବା ପାଇଁ ନିଷ୍ପତ୍ତି ନିଆଯାଇଥିଲା । ଶେଷରେ ବାଲ୍ୟ ବିବାହ ରୋକିବା ପାଇଁ ଜିଲ୍ଲାପାଳ ସମସ୍ତଙ୍କୁ ଶପଥ ପାଠ କରାଇଥିଲେ l

You might also like