NAYAGADA TODAY-ନୟାଗଡ଼ ପୌର କାର୍ଯ୍ୟାଳୟଠାରେ BLO ଓ ସୁପରଭାଇଜରମାନଙ୍କ ସହ ରାଜ୍ୟ ନିର୍ବାଚନ କମିଶନଙ୍କ OSD ତଥା ସଚିବ ଶ୍ରୀ ସନ୍ତୋଷ କୁମାର ଦାଶଙ୍କ ଏକ ଆଲୋଚନା କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଥିଲା।ଏହି ଅବସରରେ BLO ଓସୁପରଭାଇଜରମାନଙ୍କ ସହ ନିର୍ବାଚନ ସମ୍ବନ୍ଧୀୟ ବିଭିନ୍ନ କାର୍ଯ୍ୟ ଓ ଦାୟିତ୍ୱ ଉପରେ ଆଲୋଚନା କରାଯାଇଥିଲା। ନିର୍ବାଚନ ପ୍ରକ୍ରିୟାକୁ ସୁବ୍ୟବସ୍ଥିତ ଓ ସ୍ୱଚ୍ଛ କରିବା ଦିଗରେ କ୍ଷେତ୍ରସ୍ତରୀୟ କର୍ମଚାରୀଙ୍କ ଭୂମିକା ଓ କାର୍ଯ୍ୟଦକ୍ଷତା ଉପରେ ଗୁରୁତ୍ୱ ଦିଆଯାଇଥିଲା।ଏହି ବୈଠକରେ ଉପସ୍ଥିତ କର୍ମଚାରୀମାନେ ନିଜ ନିଜ କାର୍ଯ୍ୟ ସମ୍ପର୍କିତ ବିଷୟ ଉପରେ ଆଲୋଚନା କରିଥିଲେ।