ନୟାଗଡ଼ ବ୍ଲକ ଭକ୍ତିସଙ୍ଗୀତ ପ୍ରତିଯୋଗିତା, ସେମିକୁ ଗଲେ ୧୦

ନୟାଗଡ଼, ୧୧/୧: ‘ସଙ୍ଗୀତଧାରା’ ନୟାଗଡ଼ ପକ୍ଷରୁ ଜିଲ୍ଲାସ୍ତରୀୟ ପ୍ରଥମ ପର୍ଯ୍ୟାୟ ଭକ୍ତି ସଙ୍ଗୀତ ପ୍ରତିଯୋଗିତାର ନୟାଗଡ଼ ବ୍ଲକ ଅଡିସନ ନୂଆରାଜବାଟୀ ସ୍ଥିତ ଶ୍ରୀଅରବିନ୍ଦ ଶିକ୍ଷା ଓ ଗବେଷଣା କେନ୍ଦ୍ରଠାରେ ଅନୁଷ୍ଠିତ ହୋଇଯାଇଛି। ପ୍ରତିଯୋଗିତାକୁ ସଙ୍ଗୀତଧାରା ସଭାପତି ଡ.ବିଜୟ କୁମାର ଚୌଧୁରୀ, ମୁଖ୍ୟ ପୃଷ୍ଠପୋଷକ ପ୍ରମୋଦ ପଟ୍ଟନାୟକ,ଶିକ୍ଷାକେନ୍ଦ୍ର ପ୍ରଧାନ ଶିକ୍ଷକ ବସନ୍ତ କୁମାର ମିଶ୍ର ଏବଂ ବରିଷ୍ଠ ଶିକ୍ଷକ ନୀଳମାଧଵ ନନ୍ଦ ପ୍ରମୁଖ ପ୍ରଦୀପ ପ୍ରଜ୍ବଳନ ପୂର୍ବକ ଉଦଘାଟନ କରିଥିଲେ। ଏହି ପ୍ରତିଯୋଗିତାରେ ନୟାଗଡ଼ ବ୍ଲକ ଅନ୍ତର୍ଗତ ବିଭିନ୍ନ ବିଦ୍ୟାଳୟ, ମହାବିଦ୍ୟାଳୟ ଏବଂ ସଂଗୀତାନୁଷ୍ଠାନ ମାନଙ୍କରୁ ୧୪ ରୁ ୨୪ବର୍ଷ ବୟସର ୨୩ଜଣ କଣ୍ଠଶିଳ୍ପୀ ଅଂଶ ଗ୍ରହଣ କରିଥିଲେ। ସଙ୍ଗୀତ ପ୍ରତିଯୋଗିତାରେ ବିଚାରକ ଭାବେ ସଙ୍ଗୀତ ଗୁରୁ ରବୀନ୍ଦ୍ର କୁମାର ଦାଶ,କଣ୍ଠଶିଳ୍ପୀ ପ୍ରଶାନ୍ତ କୁମାର ଦାଶ ଏବଂ ରବୀନ୍ଦ୍ର କୁମାର ତ୍ରିପାଠୀ ପ୍ରମୁଖ ଯୋଗଦାନ କରି ଶ୍ରେଷ୍ଠ ୧୦ ଜଣ କଣ୍ଠଶିଳ୍ପୀଙ୍କୁ ସେମି ଫାଇନାଲ ପର୍ଯ୍ୟାୟ ପାଇଁ ଚୟନ କରିଥିଲେ। ଏହି କଣ୍ଠଶିଳ୍ପୀ ମାନେ ହେଲେ ଶୁଚିସ୍ମିତା ଦୋରା,ସୃଜନିକା ଦାଶ, ପ୍ରୀତିପଦ୍ମା ମିଶ୍ର,ଚିନ୍ମୟ ପ୍ରସାଦ ବେହେରା,ଅମ୍ରିତା ରଥ, ଆଦିତ୍ୟ ଗୁମାନସିଂ,ତୃପ୍ତିରାଣୀ ପ୍ରଧାନ,ଜୟଦୀପ ପଟ୍ଟନାୟକ,ସନ୍ଦୀପ ମହାନ୍ତି ଏବଂ ଓମ ପ୍ରକାଶ ମହାନ୍ତି। କାର୍ଯ୍ୟକ୍ରମ ପରିଚାଳନାରେ ଅନୁଷ୍ଠାନର ସମ୍ପାଦକ ପ୍ରଶାନ୍ତ କୁମାର ଦାଶ,ସଂଯୋଜକ ଲକ୍ଷ୍ମୀଧର ସାହୁ ତଥା ସଦସ୍ୟ ଅଶୋକ ମଲ୍ଲ,ଉମାକାନ୍ତ ମିଶ୍ର, ଜୟଶ୍ରୀ ଦେବୀ,ରବୀନ୍ଦ୍ର କୁମାର ସାହୁ,ମାଧବ ଡାକୁଆ ପ୍ରମୁଖ ସହଯୋଗ କରିଥିଲେ। ସୂଚନା ଯୋଗ୍ୟଯେ ଜିଲ୍ଲାର ସମସ୍ତ ୮ଟି ବ୍ଳକରେ କଣ୍ଠଶିଳ୍ପୀ ମାନଙ୍କର ପ୍ରଥମ ପର୍ଯ୍ୟାୟ ପ୍ରତିଯୋଗିତା ଅନୁଷ୍ଠିତ ହେଉଅଛି । ଏଥିରୁ ମନୋନୀତ ଚୂଡ଼ାନ୍ତ ପର୍ଯ୍ୟାୟ ପ୍ରତିଯୋଗିତାରେ ପ୍ରଥମ ସ୍ଥାନ ଅଧିକାର କରିଥିବା ପ୍ରତିଯୋଗୀଙ୍କୁ ‘ନୟାଗଡ଼ ସଙ୍ଗୀତ କଲ୍ଲୋଳ’ ଉପାଧି ସହିତ ନଗଦ ୧୧ ହଜାର ଟଙ୍କା ପୁରସ୍କାର ଅର୍ଥରାଶି ଏବଂ ଦ୍ୱିତୀୟ, ତୃତୀୟ ସ୍ଥାନ ଅଧିକାର କରିଥିବା ପ୍ରତିଯୋଗୀ ମାନଙ୍କୁ କ୍ରମାନ୍ୱୟେ ୫ ହଜାର ଏବଂ ୩ ହଜାର ଅର୍ଥରାଶି ପୁରସ୍କାର ସହିତ ପ୍ରତିଯୋଗୀଙ୍କୁ ମାନପତ୍ର ପ୍ରଦାନ କରାଯିବ।

You might also like