ଜାତୀୟ ଆଇନ ସେବା ପ୍ରାଧିକରଣଙ୍କ ନିର୍ଦେଶ ମତେ ଆଜି ଭାରତର ସମସ୍ତ ବିଚାର ବିଭାଗୀୟ ଅଦାଲତ ପରିସରରେ ଜିଲ୍ଲା ଆଇନ ସେବା ପ୍ରାଧିକରଣ ପକ୍ଷରୁ ଚଳିତ ବର୍ଷର ପ୍ରଥମ ରାଷ୍ଟ୍ରୀୟ ଲୋକ ଅଦାଲତ ଅନୁଷ୍ଠିତ ହୋଇଅଛି । ନୟାଗଡ଼ ଜିଲ୍ଲା ର ଉକ୍ତ ଲୋକ ଅଦାଲତରେ ୬ଟି ମୋଟର ଦୁର୍ଘଟଣା ଜନିତ ମାମଲା ଫଇସଲା କରାଯାଇ କ୍ଷତି ପୂରଣ ବାବଦକୁ ୨୨, ୪୦, ୦୦୦ ଟଙ୍କା ପ୍ରଦାନ କରିବା ପାଇଁ ବୀମା କମ୍ପାନୀ ମାନଙ୍କୁ ନିର୍ଦେଶ ଦିଆଯାଇଥିଲା । ସେହିପରି ୮୨ଟି ଦେୱାନୀ ମାମଲା ଫଇସଲା କରାଯାଇଥିଲା । ଏନ.ଆଇ. ଆକ୍ଟ କେସ ଠ୧ଟି ଏବଂ ବିବାହଜନିତ ଠ୫ଟି ମାମଲା ଫଇସଲା କରାଯାଇଥିଲା । ବ୍ୟାଙ୍କରୁ ୠଣ ନେଇ ପରିଶୋଧ କରିନଥିବା ୧୮୩ ଜଣ ଋତ ଗ୍ରହିତାଙ୍କ ଠାରୁ ୭୬, ୧୩,୨୦୨୫ ଟଙ୍କା ଦେବା ପାଇଁ ରାଜିନାମା ସ୍ଵାକ୍ଷରିତ କରାଯାଉଥିଲା । ଅନ୍ୟାନ୍ୟ ଫୌଜଦାରୀ ୧୦୨ଟି ମାମଲା ଫଇସଲା କରାଯାଇ ୫୬୦୦ ଟଙ୍କା ଆଦାୟ କରାଯାଇଥିଲା । ୨୯ଟି ପ୍ରାକ ବିଜୁଳି ମାମଲା ଫଇସଲା କରାଯାଇ ୪,୬୩,୦୨୪. ୮୧ଟଙ୍କା ଆଦାୟ କରାଯାଇଥିଲା । ସେହିପରି ୩୯୯୫ ଟି ରାଜସ୍ଵ ମାମଲା ଫଇସଲା କରାଯାଇ ୧୨,୬୧,୦୯୫ ଟଙ୍କା ଆଦାୟ କରାଯାଇଥିଲା ।

ଏହିି ଲୋକ ଅଦାଲତରେ ଜିଲ୍ଲା ଓ ଦୌରାଜଜ ଆନନ୍ଦ ନାରାୟଣ ମହାରଣା, ପରିବାର ଅଦାଲତ ବିଚାରପତି ସୁବ୍ରତ କୁମାର ପଟ୍ଟନାୟକ, ଅତିରିକ୍ତ ଜିଲ୍ଲା ଓ ଦୌରାଜଜ ଲିଲି ସେନାପତି, ବରିଷ୍ଠ ଦେୱାନୀ ଅଦାଲତ ବିଚାରପତି ସତ୍ୟବ୍ରତ ରଣା, ଉପଖଣ୍ଡ ଫୌଜଦାରୀ ବିଚାରପତି ସୌଭାଗ୍ୟ ରଞ୍ଜନ ପ୍ରଧାନ, ଜେ.ଏମ.ଏଫ.ସି ସାବିତ୍ରୀ ଦାସ, ଜେ.ଏମ.ଏସ.ସି ରାଜେଶ କୁମାର ସାହୁ ଏବଂ ସମୃଦ୍ଧି ସାଗରିକା ବାରିକ ପ୍ରମୁଖ ଉପସ୍ଥିତ ରହି ନିଜ ନିଜ ଅଦାଲତ ପରିଚାଳନା କରିଥିବା ବେଳେ ମୁଖ୍ଯ ବିଚାର ବିଭାଗୀୟ ମାଜିଷ୍ଟ୍ରେଟ ଶୃତିସ୍ନିଗ୍ଧା ଦାସ, ଜିଲ୍ଲା ଆଇନ ସେବା ପ୍ରାଧିକରଣ ସଚିବ ବିଶେଷ କୁମାର ସାହୁ, ବରିଷ୍ଠ ଦେୱାନୀ ବିଚାରପତି ତଥା ସହକାରୀ ଦୌରାଜଜ(ମହିଳା ଅଦାଲତ ) ଡଃ ରୀନତି ମିଶ୍ର ଏବଂ ସିଭିଲ କୋର୍ଟ ରେଜିଷ୍ଟ୍ରାର ଡଃ ନିଶାକର ସାହୁ ପ୍ରମୁଖ ଉପସ୍ଥିତ ଥିଲେ । ଚଳିତ ବର୍ଷର ଦିତୀୟ ରାଷ୍ଟ୍ରୀୟ ଲୋକ ଅଦାଲତ ଆସାନ୍ତା ତା ୧୧.୫.୨୦୨୪ ରିଖ ଦ୍ଵିତୀୟ ଶନିବାର ପୁନଶ୍ଚ ଅନୁଷ୍ଠିତ ହେବାକୁ ଯାଉଅଛି ବୋଲି ପ୍ରାଧିକରଣ ର ସଚିବ ବିଶେଷ କୁମାର ସାହୁ ଜନ ସାଧାରଣ ଙ୍କୁ ସୂଚନା ଦେବା ସହ ଏହାର ସୁଫଳ ନେବାକୁ ପରାମର୍ଶ ପ୍ରଦାନ କରିଥିଲେ । ନୟାଗଡ଼ ରୁ ଜିତୁନ ମହାପାତ୍ର ଙ୍କ ରିପୋଟ ନୟାଗଡ ଟୁଡ଼େ ।