NAYAGADA TODAY-ପିଏମଶ୍ରୀ ବିଜ୍ଞାନ ମେଳା ଏନଏସି ଉଚ୍ଚ ବିଦ୍ୟାଳୟ ପରିସରରେ ଅନୁଷ୍ଠିତ ହୋଇଯାଇଛି। ଆଲୁମନି କମିଟିର ସଭାପତି ଲକ୍ଷ୍ମୀଧର ମହାପାତ୍ର ମୁଖ୍ୟ ଅତିଥି ଭାବେ ଯୋଗଦେଇ ଏହି ବିଜ୍ଞାନ ମେଳାକୁ ଆନୁଷ୍ଠାନିକ ଭାବେ ଉଦଘାଟନ କରିଥିଲେ।ଏହି ପ୍ରଦର୍ଶନୀରେ ଛାତ୍ରଛାତ୍ରୀମାନଙ୍କ ଦ୍ୱାରା ମୋଟ ୪୬ଟି ସୃଜନଶୀଳ ପ୍ରକଳ୍ପ ପ୍ରଦର୍ଶିତ ହୋଇଥିଲା। ଏଥିମଧ୍ୟରୁ ଜୁନିଅର ବିଭାଗରେ ୩୨ଟି ଏବଂ ସିନିଅର ବିଭାଗରେ ୧୪ଟି ପ୍ରକଳ୍ପ ସ୍ଥାନ ପାଇଥିଲା, ଯାହାକି ଉପସ୍ଥିତ ଅତିଥି ଓ ଦର୍ଶକଙ୍କୁ ବେଶ୍ ଆକର୍ଷିତ କରିଥିଲା। ପ୍ରକଳ୍ପଗୁଡ଼ିକର ଗୁଣବତ୍ତା ଆକଳନ ପାଇଁ ମାନସ ଷଡ଼ଙ୍ଗୀ ଏବଂ ରାଜେଶ୍ୱରୀ ବେହେରା ବିଚାରକ ଭାବେ ଦାୟିତ୍ୱ ତୁଲାଇ ମୂଲ୍ୟାୟନ କରିଥିଲେ।ଉଦଘାଟନୀ ପର୍ବ ପରେ ବିଦ୍ୟାଳୟ ପରିସରରେ ଏକ ସାଧାରଣ ସଭା ତଥା ପୁରସ୍କାର ବିତରଣ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଥିଲା। ବରିଷ୍ଠ ବିଜ୍ଞାନ ଶିକ୍ଷକ ମାନସ ରଞ୍ଜନ ଷଡ଼ଙ୍ଗୀ ଏଥିରେ ମୁଖ୍ୟ ଅତିଥି ଭାବେ ଯୋଗଦେଇ କୃତୀ ପ୍ରତିଯୋଗୀମାନଙ୍କୁ ପୁରସ୍କାର ପ୍ରଦାନ କରିବା ସହ ଛାତ୍ରଛାତ୍ରୀଙ୍କ ବୈଜ୍ଞାନିକ ମାନସିକତାକୁ ପ୍ରଶଂସା କରିଥିଲେ।ଆଲୁମନି କମିଟି ସଭାପତି ଲକ୍ଷ୍ମୀଧର ମହାପାତ୍ର ସମ୍ମାନିତ ଅତିଥି ଭାବେ ଯୋଗଦେଇଥିବାବେଳେ ବିଦ୍ୟାଳୟର ପ୍ରଧାନ ଶିକ୍ଷକ ସଭାପତିତ୍ୱ କରିଥିଲେ। କାର୍ଯ୍ୟକ୍ରମକୁ ଶିକ୍ଷକ ଲକ୍ଷ୍ମୀଧର ସାହୁ ସୁଚାରୁରୂପେ ମଞ୍ଚ ପରିଚାଳନା କରିଥିଲେ। ଏହି ବିଜ୍ଞାନ ମେଳା ବିଦ୍ୟାଳୟର ଛାତ୍ରଛାତ୍ରୀଙ୍କ ମଧ୍ୟରେ ବିଜ୍ଞାନ ପ୍ରତି ଆଗ୍ରହ ସୃଷ୍ଟି କରିବାରେ ଏକ ଗୁରୁତ୍ୱପୂର୍ଣ୍ଣ ଭୂମିକା ଗ୍ରହଣ କରିଛି।