Skip to content

ପୁଣି ବିଜେଡିର ମିଶ୍ରଣ ପର୍ବ, ବାଉଁଶଗାଡିଆ ଓ ଭାଡିକିଳାର ବିରୋଧୀ ନେତା ବିଜେଡିରେ ସାମିଲ

ନୟାଗଡ଼, ନୟାଗଡ଼ ନିର୍ବାଚନ ମଣ୍ଡଳୀ ବିଜୁ ଜନତା ଦଳ ଦିନକୁ ଦିନ ଶକ୍ତିଶାଳୀ ହେବାରେ ଲାଗିଛି । ବିରୋଧୀ ଦଳର ୨୧୦୦ ରୁ ଉର୍ଦ୍ଧ୍ୱ ନେତା ଓ କର୍ମୀ ବିଜେଡିରେ ଯୋଗ ଦେଲେଣି । ଦିନକୁ ଦିନ ଶକ୍ତିହୀନ ହେଉଛି ବିରୋଧୀ । ଆଗାମୀ ନିର୍ବାଚନ ପାଇଁ ପ୍ରାର୍ଥୀ ମାନେ ନିର୍ବାଚନ ପ୍ରଚାର କାର୍ଯ୍ୟକୁ ଯୋରଦାର କଲେଣି । ଏହି ସମୟରେ ପ୍ରତ୍ୟେକ ଦିନ ଅନେକ ବିରୋଧୀ ଦଳର ନେତା ମାନେ ବିଜେଡିରେ ଯୋଗ ଦେଉଛନ୍ତି । ବିଜେଡି ଅଧୀକ ଶକ୍ତିଶାଳୀ ହେବାରେ ଲାଗିଛି । ବିରୋଧୀ ଦଳର ବହୁ ପୁରୁଖା କର୍ମୀ ମାନେ ବିଜେଡିରେ ଯୋଗ ଦେଉଛନ୍ତି । ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ନୀତି ଆଦର୍ଶରେ ଅନୁପ୍ରାଣିତ ହୋଇ ବିଜେଡିରେ ଯୋଗ ଦେଉଛନ୍ତି ବିରୋଧୀ ନେତା । ନୟାଗଡ଼ ବିଧାୟକ ଡ. ଅରୁଣ କୁମାର ସାହୁଙ୍କ ନୀତି ଆଦର୍ଶ ଓ ବିକାଶ ମୁଳକ କାର୍ଯ୍ୟରେ ସନ୍ତୁଷ୍ଟ ହୋଇ ଅନେକ ବିରୋଧୀ ନେତା ବିଜେଡିରେ ଯୋଗ ଦେଉଛନ୍ତି । ନୟାଗଡ଼ ବିଧାୟକ ଡ. ଅରୁଣ କୁମାର ସାହୁ ଓ ବରିଷ୍ଠ ବିଜେଡି ନେତ୍ରୀ ଇରାନୀ ରାୟ ସମସ୍ତଙ୍କୁ ସ୍ୱାଗତ କରିଛନ୍ତି । ଓଡ଼ଗାଁ ବ୍ଲକ ଅନ୍ତର୍ଗତ ବାଉଁଶଗାଡିଆ ଗ୍ରାମର ଦିଲ୍ଲୀପ ତ୍ରିପାଠୀ, ପ୍ରକାଶ ଚନ୍ଦ୍ର କର, ନିରଞ୍ଜନ ତ୍ରିପାଠୀ, ପ୍ରଦୀପ କର, ବିଶ୍ୱବନ୍ଦିତ କର ଓ ଭାଡିକିଳା ଗ୍ରାମର ରବିନ୍ଦ୍ର ପ୍ରଧାନ ବିରୋଧୀ ଦଳ ଛାଡି ବିଜେଡିରେ ସାମିଲ ହୋଇଛନ୍ତି ।

ଆଜିର ଏହି ମିଶ୍ରଣ ପର୍ବରେ ଯୁବ ବିଜେଡି ସଭାପତି ଦୁର୍ଯ୍ୟୋଧନ ବେହେରା, ଛାତ୍ର ବିଜେଡି ସଭାପତି ନୀଳମାଧବ ପଣ୍ଡା, ନୟାଗଡ଼ ବ୍ଲକ ବିଜେଡି ସଭାପତି ଅଜିତ୍ ପ୍ରସାଦ ସାହୁ, ନୟାଗଡ଼ ଜିଲ୍ଲା ବିଜେଡି ସାଧାରଣ ସମ୍ପାଦକ ଗଗନ ବିହାରି ମିଶ୍ର ପ୍ରମୁଖ ଉପସ୍ଥିତ ରହିଥିଲେ । ବିଜୁ ଜନତା ଦଳ ପକ୍ଷରୁ ସମସ୍ତଙ୍କୁ ସ୍ୱାଗତ କରାଯାଇଥିଲା । ନବୀନ ପଟ୍ଟନାୟକ ଜିନ୍ଦାବାଦ, ଶଙ୍ଖ ଚିହ୍ନ ଜିନ୍ଦାବାଦ, ବିଜେଡି ଜିନ୍ଦାବାଦ, ଅରୁପ ପଟ୍ଟନାୟକ ଜିନ୍ଦାବାଦ, ଅରୁଣ ସାହୁ ଜିନ୍ଦାବାଦ ଓ ଆମ ପାଇଁ ବଡ଼ ଆମ ନୟାଗଡ଼ର ଶ୍ଳୋଗାନ ଦେଇଥିଲେ । ଆଗାମୀ ଦିନରେ ବିଜୁ ଜନତା ଦଳକୁ ଶକ୍ତିଶାଳୀ କରିବାକୁ ଆହ୍ୱାନ ଦେଇଥିଲେ ।

Ad 1