ବାଲେଶ୍ୱର ଛାତ୍ରୀ ସୈାମ୍ୟାଶ୍ରୀ ମୃତ୍ୟୁ ଘଟଣା।ବିଜୁ ଛାତ୍ର ଜନତା ଦଳ ପକ୍ଷରୁ ବିକ୍ଷୋଭ
ନୟାଗଡ଼,୧୫ା୭ : ବାଲେଶ୍ୱର ଏଫ୍ଏମ୍ ବିଶ୍ୱ ବିଦ୍ୟାଳୟରେ ଘଟିଥିବା ଅଘଟଣରେ ଛାତ୍ରୀ ସୈାମ୍ୟାଶ୍ରୀଙ୍କ ମୃତ୍ୟୁକୁ ନେଇ ନୟାଗଡ଼ ଜିଲ୍ଲା ବିଜୁ ଛାତ୍ର ଜନତା ଦଳ ପକ୍ଷରୁ ବିକ୍ଷୋଭ ପଦର୍ଶନ କରାଯାଇଛି । ବିଜୁ ଛାତ୍ର ଜନତା ଦଳ ଜିଲ୍ଲା ସଭାପତି ନୀଳମାଧବ ପଣ୍ଡାଙ୍କ ଆହ୍ୱାନ କ୍ରମେ ନୟାଗଡ଼ ସ୍ୱୟଂ ଶାସିତ ମହାବିଦ୍ୟାଳୟ ସାମ୍ନାରେ ଅନୁଷ୍ଠିତ ବିକ୍ଷୋଭ କାର୍ଯ୍ୟକ୍ରମରେ ଶହ ଶହ ଛାତ୍ରଛାତ୍ରୀ ସାମିଲ ହୋଇ ସରକାରଙ୍କ ବିରୁଦ୍ଧରେ ନାରାବାଜି କରିଛନ୍ତି । ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଏବଂ ଉଚ୍ଚଶିକ୍ଷା ମନ୍ତ୍ରୀ ସୂର୍ଯ୍ୟବଂଶୀ ସୂରୁଜଙ୍କ ବ୍ୟାନରରେ ନିଆଁ ଲଗାଇ ଦିଆଯାଇଛି । ରାଜ୍ୟ ସରକାରଙ୍କ ଅବହେଳା ପାଇଁ ଜଣେ ଛାତ୍ରୀଙ୍କ ଜୀବନ ଚାଲି ଯାଇଥିବା ଛାତ୍ରନେତାମାନେ ଅଭିଯୋଗ କରିଛନ୍ତି ।

ଛାତ୍ର କଂଗ୍ରେସ ନେତା ଅମୁଲ୍ୟ ସାହୁ, ସଞ୍ଜୀବ କୁମାର ମିଶ୍ର, ପ୍ରମୋଦ କୁମାର ସାହୁ ପ୍ରମୂଖ ଉପସ୍ଥିତ ରହି କାର୍ଯ୍ୟକ୍ରମ ପରିଚାଳନା କରିଥିଲେ । ଏହି ଅବସରରେ ସଂନ୍ଧ୍ୟାରେ ନୟାଗଡ଼ ସ୍ୱୟଂ ଶାସିତ ମହାବିଦ୍ୟାଳୟ ନାରାୟଣୀ ମନ୍ଦିରଠାରୁ ଗୋଲେଇ ଛକ ପର୍ଯ୍ୟନ୍ତ ଏକ କ୍ୟାଣ୍ଡେଲ୍ ଶୋଭାଯାତ୍ରା ଅନୁଷ୍ଠିତ ହୋଇଥିଲା । ମୃତ ସୈାମ୍ୟାଶ୍ରୀଙ୍କ ଅମରଆତ୍ମର ସଦଗତି କାମନା କରିଯିବା ସହ ତାଙ୍କୁ ନ୍ୟାୟ ପ୍ରଦାନ ପାଇଁ ଦାବି କରାଯାଇଥିଲା ।