ନୟାଗଡ଼, ନୟାଗଡ଼ ନିର୍ବାଚନ ମଣ୍ଡଳୀ ବିଜୁ ଜନତା ଦଳ ଦିନକୁ ଦିନ ଶକ୍ତିଶାଳୀ ହେବାରେ ଲାଗିଛି । ବିରୋଧୀ ଦଳର ୧୯୦୦ ରୁ ଉର୍ଦ୍ଧ୍ୱ ନେତା ଓ କର୍ମୀ ବିଜେଡିରେ ଯୋଗ ଦେଲେଣି । ଦିନକୁ ଦିନ ଶକ୍ତିହୀନ ହେଉଛି ବିରୋଧୀ । ଆଗାମୀ ନିର୍ବାଚନ ପାଇଁ ପ୍ରାର୍ଥୀ ପତ୍ର ଦାଖଲ କରି ସାରିଲେଣି ନେତା ମାନେ । ଏହି ସମୟରେ ବିଜେଡି ଅଧୀକ ଶକ୍ତିଶାଳୀ ହେବାରେ ଲାଗିଛି । ବିରୋଧୀ ଦଳର ବହୁ ପୁରୁଖା କର୍ମୀ ମାନେ ବିଜେଡିରେ ଯୋଗ ଦେଉଛନ୍ତି । ଯେଉଁଥିପାଇଁ ଚିନ୍ତାରେ ପଡିଛି ବିରୋଧୀ । ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ନୀତି ଆଦର୍ଶରେ ଅନୁପ୍ରାଣିତ ହୋଇ ବିଜେଡିରେ ଯୋଗ ଦେଉଛନ୍ତି ବିରୋଧୀ ନେତା । ନୟାଗଡ଼ ବିଧାୟକ ଡ. ଅରୁଣ କୁମାର ସାହୁଙ୍କ ନୀତି ଆଦର୍ଶ ଓ ବିକାଶ ମୁଳକ କାର୍ଯ୍ୟରେ ସନ୍ତୁଷ୍ଟ ହୋଇ ଅନେକ ବିରୋଧୀ ନେତା ବିଜେଡିରେ ଯୋଗ ଦେଉଛନ୍ତି । ଇଟାମାଟି ଗ୍ରାମ ଜଗତିପାଟଣା ସାହିର ୱାର୍ଡ ମେମ୍ବର ପ୍ରକାଶ ମନ୍ଥନ ଆଜି ବିଜେଡିରେ ଯୋଗ ଦେଇଛନ୍ତି ।
ସେହିପରି ଭାବେ ଘଡୁଆଳ ପଞ୍ଚାୟତ ବୃନ୍ଦାବନପୁର ଗ୍ରାମର ରମେଶ ଜେନା, ପିତବାସ କଳସ ବିଜେଡିରେ ଯୋଗ ଦେଇଛନ୍ତି । ନୟାଗଡ଼ ବିଧାୟକ ଡ. ଅରୁଣ କୁମାର ସାହୁ ସମସ୍ତଙ୍କୁ ସ୍ୱଗାତ କରିଛନ୍ତି । ଆଜିର ଏହି ମିଶ୍ରଣ ପର୍ବରେ ନୟାଗଡ଼ ବ୍ଲକ ଅଧ୍ୟକ୍ଷ କିଶୋର ଚନ୍ଦ୍ର ସାହୁ, ଜିଲ୍ଲା ପରିଷଦ ଆଶିଷ ଅଗ୍ରୱାଲ, ଘଡୁଆଳ ସରପଞ୍ଚ ସଂଯୁକ୍ତା ମହାପାତ୍ର ପ୍ରମୁଖ ଉପସ୍ଥିତ ରହିଥିଲେ । ଆଗାମୀ ଦିନରେ ବିଜୁ ଜନତା ଦଳକୁ ଅଧୀକ ଶକ୍ତିଶାଳୀ କରିବାକୁ ଆହ୍ୱାନ ଦେଇଥିଲେ ।