NAYAGADA TODAY-ଦଶପଲ୍ଲାସ୍ଥିତ ବୃନ୍ଦାବନ ସୁବୁଦ୍ଧି ମହାବିଦ୍ୟାଳୟ ପରିସରରେ ଓଡ଼ିଶା ସାହିତ୍ୟ ଏକାଡେମୀ ଓ ‘ଅକ୍ଷ’ ଦଶପଲ୍ଲାର ମିଳିତ ସହଯୋଗରେ ଏକଦିବସୀୟ ସାହିତ୍ୟ କର୍ମଶାଳା ଅନୁଷ୍ଠିତ ହୋଇଯାଇଛି। ଏହି ସାହିତ୍ୟଭିତ୍ତିକ କାର୍ଯ୍ୟକ୍ରମରେ ମାନ୍ୟବର ଦଶପଲ୍ଲା ବିଧାୟକ ରମେଶ ଚନ୍ଦ୍ର ବେହେରା ଯୋଗଦେଇଥିଲେ।ଏହି କର୍ମଶାଳା ମାଧ୍ୟମରେ ଓଡ଼ିଆ ଭାଷା, ସାହିତ୍ୟ ଓ ସୃଜନଶୀଳ ଲେଖନୀର ବିକାଶ ସହ ନୂତନ ପିଢ଼ିଙ୍କ ମଧ୍ୟରେ ସାହିତ୍ୟ ପ୍ରତି ଆଗ୍ରହ ସୃଷ୍ଟି କରିବା ଉପରେ ଗୁରୁତ୍ୱ ଦିଆଯାଇଥିଲା।