ବିଶିଷ୍ଟ କଣ୍ଠଶିଳ୍ପୀ ଶାନ୍ତିଲତା ବାରିକଙ୍କ ବିୟୋଗରେ ଗଭୀର ଶୋକ ପ୍ରକାଶ କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ସ୍ଵର୍ଗତ ଶାନ୍ତିଲତା ବାରିକଙ୍କ ଶେଷକୃତ୍ୟ ରାଷ୍ଟ୍ରୀୟ ମର୍ଯ୍ୟାଦା ସହ କରାଯିବ ବୋଲି ମୁଖ୍ୟମନ୍ତ୍ରୀ ଘୋଷଣା କରିଛନ୍ତି । ଶାନ୍ତିଲତାଙ୍କ ଭଜନ ତାଙ୍କୁ ଅମର କରି ରଖିବ ବୋଲି କହିଛନ୍ତି ନବୀନ । ଲୋକପ୍ରିୟ ଭଜନ ଗାୟିକା ଶାନ୍ତିଲତା ବାରିକ ଜଗନ୍ନାଥଙ୍କର ଅନନ୍ୟ ଭକ୍ତ ଥିଲେ । ଭାବପୂର୍ଣ୍ଣ କଣ୍ଠରେ ଗାଇଥିବା ଜଗନ୍ନାଥ ଭଜନ ପାଇଁ ଓଡିଶାର ଘରେ ଘରେ ସେ ସୁପରିଚିତ ଥିଲେ । ତାଙ୍କ ଭଜନ ଥିଲା ଭକ୍ତି ଓ ସମର୍ପଣର ସଂଗୀତମୟ ନିବେଦନ । ତାଙ୍କ ସ୍ଵର ପରିବେଶକୁ ଭକ୍ତିମୟ କରିବା ସହ ଶ୍ରୋତାଙ୍କ ହୃଦୟରେ ଭାବାବେଗ ସୃଷ୍ଟି କରି ପାରୁଥିଲା । ତାଙ୍କର ବିୟୋଗ ଓଡ଼ିଶାର ସାଂସ୍କୃତିକ ଜଗତ ପାଇଁଁ ଅପୂରଣୀୟ କ୍ଷତି ବୋଲି କହିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଶାନ୍ତିଲତା ବାରିକଙ୍କ ଅମର ଆତ୍ମାର ସଦଗତି କାମନା କରିବା ସହିତ ଶୋକ ସନ୍ତପ୍ତ ପରିବାର ବର୍ଗଙ୍କୁ ଗଭୀର ସମବେଦନା ଜ୍ଞାପନ କରିଛନ୍ତି ନବୀନ । ନୟାଗଡ଼ ରୁ ଜିତୁନ ମହାପାତ୍ର ଙ୍କ ରିପୋଟ ନୟାଗଡ଼ ଟୁଡ଼େ ।
