NAYAGADA TODAY: ନୟାଗଡ଼ ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ପରିସରରେ ମଙ୍ଗଳ ବାର ଏକ ଶିଶୁ ଶ୍ରମିକ ସଚେତନତା ଭ୍ରାମ୍ୟମାଣ ରଥର ଶୁଭାରମ୍ଭ କରାଯାଇଛି l ଏହି ଅବସରରେ ଜ଼ିଲ୍ଲାପାଳ ମଧୁମିତା ରଥ ମୁଖ୍ୟ ଅତିଥି ଭାବେ ଯୋଗ ଦେଇ ପତାକା ଦେଖାଇ ଭ୍ରାମ୍ୟମାଣ ରଥର ଶୁଭାରମ୍ଭ କରିଥିଲେ l ଉକ୍ତ ସଚେତନତା କାର୍ଯ୍ୟକ୍ରମରେ ଅତିରିକ୍ତ ଜ଼ିଲ୍ଲାପାଳ ରୋଜିନା ଦାସ, ଜ଼ିଲ୍ଲା ଶ୍ରମ ଅଧିକାରୀ ରଶ୍ମିତା କୁମାରୀ ପାତ୍ର, ସହ ଶ୍ରମ ଅଧିକାରୀ, ଅନ୍ୟାନ୍ୟ ବିଭାଗୀୟ ଅଧିକାରୀ ଏବଂ ଶ୍ରମିକ ସଂଗଠନ କର୍ମକର୍ତ୍ତା ମାନେ ଉପସ୍ଥିତ ଥିଲେ । ଏହି ଭ୍ରାମ୍ୟମାଣ ରଥ ଜିଲ୍ଲାର ପ୍ରତ୍ୟେକ ବ୍ଲକ, ଗ୍ରାମ ପଞ୍ଚାୟତ ଗୁଡିକରେ ଶିଶୁ ଶ୍ରମକ ବିରୋଧୀ ସଚେତନତା ସୃଷ୍ଟି କରିବା ସହ ଏକ ଶିଶୁ ଶ୍ରମିକ ମୁକ୍ତ ସମାଜ ଗଠନରେ ସହାୟକ ହେବ ବୋଲି ପ୍ରଶାସନ ତରଫରୁ ସୂଚନା ଦିଆଯାଇଛି।