ଶ୍ରୀରାମକୃଷ୍ଣ-ବିବେକାନନ୍ଦ ଆଶ୍ରମ, ନୟାଗଡ଼ ତରଫରୁ ରକ୍ତଦାନ ଶିବିର।୨୭ ୟୁନିଟ୍ ରକ୍ତ ସଂଗ୍ରହ।

ନୟାଗଡ଼ ହାଉସିଂ ବୋର୍ଡ ନିକଟ ଶ୍ରୀରାମକୃଷ୍ଣ ଆଦର୍ଶ ଶିକ୍ଷାକେନ୍ଦ୍ର ପରିସରରେ ସ୍ବାମୀ ବିବେକାନନ୍ଦଙ୍କ ୧୬୪ ତମ ଜୟନ୍ତୀ ଉପଲକ୍ଷେ ଶ୍ରୀରାମକୃଷ୍ଣ-ବିବେକାନନ୍ଦ ଆଶ୍ରମ ନୟାଗଡ଼ ତରଫରୁ ଏକ ରକ୍ତ ଦାନ ଶିବିର ଅନୁଷ୍ଠିତ ହୋଇ ଯାଇଛି।ଆଶ୍ରମ ସଂପାଦକ ଶ୍ରୀଧର ସାହୁଙ୍କ ନେତୃତ୍ବରେ ସକାଳ ୦୯ଟା ସମୟରେ ଅନୁଷ୍ଠିତ ଏହି ରକ୍ତଦାନ ଶିବିର କୁ ନୟାଗଡ଼ ପୌରପରିଷଦ ଅଧ୍ଯକ୍ଷା ନିରୁପମା ଖଟେଇ ରିବନ କାଟି ଉଦଘାଟନ କରିଥିଲେ।
ସକାଳ ୧୦ଟାରେ ବରିଷ୍ଠ ଶିକ୍ଷାବିତ୍ ରାମଚନ୍ଦ୍ର ମହାପାତ୍ରଙ୍କ ପୌରହିତ୍ଯରେ ଅନୁଷ୍ଠିତ ଧର୍ମ ଆଲୋଚନା ସଭାରେ ଅତିଥି ଭାବେ ନୟାଗଡ଼ ବ୍ଳକ୍ ଚେୟାରମ୍ୟାନ କିଶୋର ଚନ୍ଦ୍ର ସାହୁ , ନୟାଗଡ଼ ବ୍ଳକ୍ ପ୍ରାକ୍ତନ ଶିକ୍ଷା ଅଧିକାରୀ ନିମାଇଁ ଚରଣ ପ୍ରଧାନ ଓ ବିଶିଷ୍ଟ ଅତିଥି ଭାବେ ଭୁବନେଶ୍ୱର ସ୍ଥିତ ଇମ୍ପ୍ରିମିସ୍ ହସ୍ପିଟାଲର ସୁପରିଟେଣ୍ଡେଣ୍ଟ ବରିଷ୍ଠ ସ୍ତ୍ରୀ ରୋଗ ଓ ପ୍ରସୂତୀ ବିଶେଷଜ୍ଞ ଡାକ୍ତର ମହେଶ ପ୍ରସାଦ ରାଉତ ମଞ୍ଚାସୀନ ହୋଇ ସ୍ବାମୀ ବିବେକାନନ୍ଦଙ୍କ ଆଦର୍ଶ ଜୀବନୀ ଗାଥାକୁ ଆଲୋଚନା କରିଥିଲେ।

ଆୟୋଜିତ ରକ୍ତଦାନ ଶିବିରରେ ମୋଟ ୨୭ ୟୁନିଟ୍ ରକ୍ତ ସଂଗ୍ରହ ହୋଇଥିଲା।ବିଦ୍ଯାଳୟ ତରଫରୁ ଆୟୋଜିତ ଶ୍ରୀନିବାସ ରାମାନୁଜନ ଗଣିତ ପ୍ରତିଭା ପରୀକ୍ଷା, କ୍ରୀଡା ଓ କୌତୁକ ପୋଷାକ ପ୍ରତିଯୋଗିତାର କୃତି ପ୍ରତିଯୋଗୀ ମାନଙ୍କୁ ଉକ୍ତ ଧର୍ମସଭାରେ ପୁରସ୍କାର ବିତରଣ କରାଯାଇଥିଲା।ଏହି କାର୍ଯ୍ୟକ୍ରମରେ ବିଦ୍ଯାଳୟର ଗୁରୁଜୀ ଗୁରୁମା, ଅଭିଭାବକ ଓ ଶୁଭେଛୁ ଭଦ୍ରବ୍ଯକ୍ତି ମାନେ ରକ୍ତ ଦାନ କରିବା ସହିତ ବିଭିନ୍ନ ସାମାଜିକ ଅନୁଷ୍ଠାନ ର କାର୍ଯ୍ଯକର୍ତ୍ତା ମାନେ ଯୋଗ ଦେଇ ଥିଲେ । ବିଦ୍ଯାଳୟର ସମସ୍ତ ଗୁରୁଜୀ ଗୁରୁମା କାର୍ଯ୍ୟକ୍ରମରେ ସହଯୋଗ କରିଥିଲା ବେଳେ ନୟାଗଡ଼ ବ୍ଳଡ୍ ବ୍ଯାଙ୍କର କର୍ମଚାରୀମାନେ ରକ୍ତ ଦାନ ଶିବିରକୁ ସଂଚାଳନ କରିଥିଲେ। ବିବେକାନନ୍ଦ ଜୟନ୍ତୀ ପାଳନ ଉପଲକ୍ଷେ ଆୟୋଜିତ ଧର୍ମ ସଭା କୁ ବିଦ୍ଯାଳୟର ରଂଜନ ଗୁରୁଜୀ ଓ ସପ୍ତମ ଶ୍ରେଣୀ ର ଛାତ୍ରୀ ବିଶ୍ବବିଜିତା ମହାନ୍ତି ସଂଯୋଜନା କରିଥିଲେ। ପରିଶେଷରେ ବିଦ୍ଯାଳୟର ପ୍ରଧାନ ଆଚାର୍ଯ୍ୟା ପ୍ରିୟମ୍ବଦା ଗୁରୁମା ଧନ୍ଯବାଦ ଅର୍ପଣ କରିଥିଲେ।।

You might also like