ତା୧୦.୦୧.୨୦୨୫ ରେ ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ବିକ୍ଷୋଭ ଓ ଧାରଣା ସହିତ ପାଳନ କରାଯାଇଛି ! କୃଷକ ପ୍ରତିନିଧି ମାନଙ୍କର ପଟୁଆର ପୂର୍ତ୍ତ ଡ଼ାକବଙ୍ଗଳାଠାରୁ ବାହାରି ନଷ୍ଟ ଧାନବିଡା ପ୍ରଦର୍ଶନ ସହିତ କ୍ଷତିପୂରଣ ପାଇଁ ନାରାବାଜି ପୂର୍ବକ ଜିଲ୍ଲା କାର୍ଯ୍ୟାଳୟସମ୍ମୁଖରେ ବିକ୍ଷୋଭ ପ୍ରଦର୍ଶନ କରିଥିଲେ ! ନଷ୍ଟ ଫସଲର ଉପଯୁକ୍ତ କ୍ଷତିପୂରଣ, ତୁରନ୍ତ ପର୍ଯ୍ୟାପ୍ତ ମଣ୍ଡିଖୋଲି ଟ୩୧୦୦ ରେ କୃଷକ ଓ ଭାଗଚାଷୀଙ୍କଠାରୁ ଧାନକ୍ରୟ କରିବା, ମୃତ ଚାଷୀ ପରିବାରକୁ ୨୦ଲକ୍ଷଟଙ୍କା ଲେଖାଏଁ ସହାୟତା, ବୃତ୍ତଙ୍ଗ ଜଳଭଣ୍ଡାର ନିର୍ମାଣ, ଚିନିକଳକୁ ପୁନଃ ଚାଲୁ କରିବା ପ୍ରଭୃତି ଦାବି ଉପରେ ସ୍ମାରକପତ୍ର ମୁଖ୍ୟମନ୍ତ୍ରୀଙ୍କ ଉଦ୍ଦେଶ୍ୟରେ ନୟାଗଡ଼ ଜିଲ୍ଲାପାଳଙ୍କୁ ପ୍ରଦାନ କରାଯାଇଥିଲା !
ବରିଷ୍ଠ ବାମପନ୍ଥୀ ନେତା ବିଶ୍ଵନାଥ ମହାପାତ୍ରଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଏହି ବିକ୍ଷୋଭରେ କୃଷକନେତା ହରିଶ୍ଚନ୍ଦ୍ର ମିଶ୍ର, ନିତ୍ୟାନନ୍ଦ ପରିଡା, ସୁରେଶ ସ୍ବାଇଁ, ପବିତ୍ର ଇନ୍ଦ୍ରଜିତ, କୃଷ୍ଣଚନ୍ଦ୍ର ମହାପାତ୍ର, ବୁଦ୍ଧି ନାୟକ, ମହିଳା ନେତ୍ରୀ ଜ୍ୟୋତିପ୍ରଭା ଜେନା ପ୍ରମୁଖ ଉଦବୋଧନ ଦେଇଥିଲେ !