ସରକାର କଲେ ଛାନିଆ; ପୁରୀ ଛାଡ଼ି ଚାଲି ଯିବାକୁ ଦେଲେ ନିର୍ଦ୍ଦେଶ !

ପୁରୀକୁ ଆସିଥିବା ଶ୍ରଦ୍ଧାଳୁଙ୍କୁ ରାଜ୍ୟ ସରକାରଙ୍କ ବଡ଼ ପରାମର୍ଶ । ବାତ୍ୟା ପହଞ୍ଚିବା ପୂର୍ବରୁ ପୁରୀ ଛାଡ଼ିବାକୁ ପରାମର୍ଶ ଦେଲେ ରାଜ୍ୟ ସରକାର । ୨୩ ତାରିଖ ରାତି ପୂର୍ବରୁ ପୁରୀରେ ଥିବା ଭକ୍ତ ଓ ବାହାର ଲୋକଙ୍କୁ ପୁରୀ ଛାଡିବାକୁ ନିର୍ଦ୍ଦେଶ । ୨୪ ଓ ୨୫ ତାରିଖରେ ଭକ୍ତଙ୍କୁ ପୁରୀ ଯିବା ମନା । ଯେଉଁମାନେ ବାହାରୁ ଆସିଛନ୍ତି ସେମାନଙ୍କୁ ପୁରୀ ଛାଡିବାକୁ କୁହାଯିବ ବୋଲି କହିଛନ୍ତି ରାଜସ୍ୱ ମନ୍ତ୍ରୀ ସୁରେଶ ପୂଜାରୀ ।

ଆଉ ଯେଉଁମାନେ ରହିବେ ସେମାନଙ୍କୁ ସୁରକ୍ଷିତ ସ୍ଥାନକୁ ସ୍ଥାନାନ୍ତର କରାଯିବ । ସେହିଭଳି ପୁରୀରେ ଥିବା ହବିଷ୍ୟାଳିଙ୍କ ପାଈଁ ହେବ ସ୍ୱତନ୍ତ୍ର ବ୍ୟବସ୍ଥା କରାଯିବ । ସମ୍ଭାବ୍ୟ ବାତ୍ୟା ମୁକାବିଲା ନେଇ ମୁଖ୍ୟମନ୍ତ୍ରୀଙ୍କ ସମୀକ୍ଷା ବୈଠକ ପରେ ଏହି ନିର୍ଦ୍ଦେଶ ଦିଆଯାଇଥିବା କହିଛନ୍ତି ସୁରେଶ ପୂଜାରୀ ।

You might also like