ସରସ୍ୱତୀ ଶିଶୁ ବିଦ୍ୟା ମନ୍ଦିର ନୟାଗଡ଼ରେ ସମ୍ବିଧାନ ଦିବସ ପାଳିତ ହୋଇଯାଇଛି। ଏହି ଅବସରରେ ବିଦ୍ୟାଳୟ ପରିସରରେ ଏକ ସ୍ୱତନ୍ତ୍ର ସଭାର ଆୟୋଜନ କରାଯାଇଥିଲା। ପ୍ରଧାନ ଆଚାର୍ଯ୍ୟଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଏହି କାର୍ଯ୍ୟକ୍ରମରେ ସମସ୍ତ ଗୁରୁଜୀ ଗୁରୁମା ଓ ଛାତ୍ରଛାତ୍ରୀ ମାନେ ଉପସ୍ଥିତ ଥିଲେ।ପ୍ରଥମେ ସମ୍ବିଧାନ ପ୍ରଣେତା ଡା. ବି. ଆର୍. ଆମ୍ବେଦକରଙ୍କ ଫଟୋଚିତ୍ରରେ ପୁଷ୍ପମାଲ୍ୟ ଅର୍ପଣ କରାଯାଇଥିଲା। ଏହା ପରେ ମିଳିତ ଭାବେ ସମ୍ବିଧାନର ପ୍ରସ୍ତାବନା ପାଠ କରାଯାଇଥିଲା।ଛାତ୍ରଛାତ୍ରୀ ମାନଙ୍କୁ ସମ୍ବିଧାନର ମହତ୍ତ୍ଵ, ମୌଳିକ ଅଧିକାର ଓ କର୍ତ୍ତବ୍ୟ ଉପରେ ବିଦ୍ୟାଳୟ ର ବରିଷ୍ଠ ଆଚାର୍ଯ୍ୟ ଚିରଞ୍ଜିବୀ ମିଶ୍ର ବହୁ ଗୁରୁତ୍ୱପୂର୍ଣ୍ଣ ତଥ୍ୟ ପ୍ରଦାନ କରିଥିଲେ ।