ଆଗାମୀ ତିନି ତାରିଖ ନୟାଗଡ଼ ବଲାଙ୍ଗୀ ପାର୍କ ପରିସରରେ ତୃତୀୟ ନୟାଗଡ଼ ସାହିତ୍ୟ ଉତ୍ସବ ଅନୁଷ୍ଠିତ ହେବ । ଏହି ଉପଲକ୍ଷେ ଜିଲ୍ଲା ଲେଖକ ପରିଷଦ ସଂପାଦକ ଶେଖ୍ ଅବଦୁଲ୍ ଖାଲିକ୍ ଙ୍କ ଆବାହକତ୍ଵରେ ଏକ ପ୍ରସ୍ତୁତି ବୈଠକ ପ୍ରଧାନୀ ବୃନ୍ଦାବନ ମହାପାତ୍ର ଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହୋଇଥିବା ବେଳେ ସଭିଙ୍କ ସହଯୋଗ ରହିବ ବୋଲି ସର୍ବସମ୍ମତି ପ୍ରସ୍ତାବ ଗୃହୀତ ହେଲା ।

ପରେ ପରେ ସ୍ଵନାମଧନ୍ୟ ଗଜଲ୍ ଗାୟକ ସ୍ବର୍ଗର ପଙ୍କଜ ଉଦାସଙ୍କ ସୃଷ୍ଟି ଉପରେ ଆଲୋଚନା କରାଯାଇଥିଲା । କଣ୍ଠଶିଳ୍ପୀ ଡ. ଆଶୁତୋଷ ମିଶ୍ର ସ୍ଵର୍ଗତ ପ୍ରତିଭା ଙ୍କ କାଳଜୟୀ ଗଜଲ୍ ଗାନ କରିଥିଲେ ।ଅନ୍ୟ ମାନଙ୍କ ମଧ୍ୟରେ ଶେଖ୍ ଅବଦୁଲ୍ ଖାଲିକ୍ ଓ ଗୋପୀନାଥ ସେଠୀ ସ୍ଵର୍ଗତ ପଙ୍କଜ ଉଦାସଙ୍କ ଗଜଲ୍ ଗାନ କରି ପରିବେଶ କୁ ଗାମ୍ଭିର୍ଜମୟ କରିଥିଲେ । ସ୍ଵର୍ଗତ ଆତ୍ମା ଙ୍କ ସ୍ମୃତି ଉଦ୍ଦେଶ୍ୟରେ ଲେଖା ଯାଇଥିବା କବିତାକୁ ଉପସ୍ଥିତ କବି କବୟିତ୍ରୀ ମାନେ ପାଠ କରିଥିଲେ । ଆଜି ର କାର୍ଯ୍ୟକ୍ରମରେ ସମାଜ ସେବୀ ପ୍ରମୋଦ ପଟ୍ଟନାୟକ ଉପସ୍ଥିତ ଥିଲେ । କବି ଡ଼. ନିର୍ମଳ ଚନ୍ଦ୍ର ଶୂର ଦେଓ ସଭିଙ୍କୁ ଧନ୍ୟବାଦ୍ ଦେଇଥିଲେ । ନୟାଗଡ଼ ରୁ ଜିତୁନ ମହାପାତ୍ର ଙ୍କ ରିପୋଟ ନୟାଗଡ଼ ଟୁଡ଼େ ।