ସ୍ୱଚ୍ଛତା ହିଁ ସେବା, ଜିଲ୍ଲାସ୍ତରୀୟ ପ୍ରତିଯୋଗିତା ଅନୁଷ୍ଠିତ

ନୟାଗଡ଼,୨୮/୯:ସ୍ୱଚ୍ଛତା ହିଁ ସେବା ଅଭିଯାନ-୨୦୨୪ ଅବସରରେ ଜିଲ୍ଲା ପ୍ରଶାସନ ଏବଂ ଜିଲ୍ଲା ଶିକ୍ଷା ବିଭାଗ ମିଳିତ ଆନୁକୂଲ୍ୟରେ ନୟାଗଡ଼ ଏନଏସି ଉଚ୍ଚ ବିଦ୍ୟାଳୟରେ ବିଦ୍ୟାଳୟ ଏବଂ ମହାବିଦ୍ୟାଳୟ ସ୍ତରୀୟ ପ୍ରତିଯୋଗିତା ଶନିବାର ଦିନ ଅନୁଷ୍ଠିତ ହୋଇଯାଇଛି।ଛାତ୍ରଛାତ୍ରୀ ମାନଙ୍କୁ ସ୍ୱଚ୍ଛତା ପ୍ରତି ଅଧିକ ଦାୟିତ୍ୱବାନ କରିବା ଉଦ୍ଦେଶ୍ୟରେ ଏହି ପ୍ରତିଯୋଗିତାର ମୂଳ ଉଦ୍ଦେଶ୍ୟ ବୋଲି ପ୍ରଶାସନ ପକ୍ଷରୁ କୁହାଯାଇଛି। ଜିଲ୍ଲାର ସମସ୍ତ ୮ଟି ବ୍ଲକ ଏବଂ ପୌରାଞ୍ଚଳର ୬୪ ଜଣ କୃତି ଛାତ୍ରଛାତ୍ରୀମାନେ ଏହି ଜିଲ୍ଲାସ୍ତରୀୟ ପ୍ରତିଯୋଗିତାରେ ଅଂଶଗ୍ରହଣ କରିଥିଲେ। ସ୍ୱଚ୍ଛତା ସମ୍ପର୍କିତ ଚିତ୍ରାଙ୍କନ, ପ୍ରବନ୍ଧ, ସ୍ଲୋଗାନ ଲିଖନ ଏବଂ କବିତା ଲିଖନ ବିଷୟରେ ଏହି ପ୍ରତିଯୋଗିତା ଅନୁଷ୍ଠିତ ହୋଇଥିଲା।

ବିଚାରକ ଭାବେ ପ୍ରଶାନ୍ତ ପଟ୍ଟନାୟକ, ପ୍ରଦ୍ୟୁମ୍ନ ନନ୍ଦ, ଗିରିଜା ଶଙ୍କର ମହାପାତ୍ର, ଯୋଗେନ୍ଦ୍ର ନାୟକ,ଗୋପବନ୍ଧୁ ଦାସ,ଶରତ ଆଚାର୍ଯ୍ୟ,ମାଣିକେଶ୍ୱର ସ୍ବାଇଁ,ସୌଦାମିନୀ ସ୍ବାଇଁ,ବେଲାରସେନ ପାତ୍ର ପ୍ରମୁଖ ଉପସ୍ଥିତ ଥିଲେ। ନୟାଗଡ଼ ପୌର ପରିଷଦର ପ୍ରତ୍ୟକ୍ଷ ସହଯୋଗରେ ଅନୁଷ୍ଠିତ ଏହି କାର୍ଯ୍ୟକ୍ରମରେ ଏନଏସି ଉଚ୍ଚ ବିଦ୍ୟାଳୟର ପ୍ରଧାନ ଶିକ୍ଷୟିତ୍ରୀ ରସିଦା ଖାତୁନ,ଜିଲ୍ଲା ବିଜ୍ଞାନ ପର୍ଯ୍ୟବେକ୍ଷକ ଶରତ କୁମାର ସାହୁଙ୍କ ସମେତ ବିଦ୍ୟାଳୟର ଶିକ୍ଷକ ଲକ୍ଷ୍ମୀଧର ସାହୁ,ପୂର୍ଣ୍ଣିମା ତ୍ରିପାଠୀ,ଅନୁସାୟା ମିଶ୍ର, ନବଜ୍ୟୋତି ମହାପାତ୍ର,ରୋଜାଲିନ ମିଶ୍ର,ସ୍ୱାଗତିକା ଦଳେଇ ଏବଂ ପୌରପରିଷଦ କର୍ମଚାରୀମାନେ କାର୍ଯ୍ୟକ୍ରମ ପରିଚାଳନାରେ ସହଯୋଗ କରିଥିଲେ। ସମସ୍ତ କୃତି ପ୍ରତିଯୋଗୀଙ୍କୁ ଆସନ୍ତା ଅକ୍ଟୋବର ୨ ତାରିଖ ଗାନ୍ଧୀ ଜୟନ୍ତୀରେ ଜିଲ୍ଲା ସ୍ତରୀୟ ଉତ୍ସବରେ ପୁରସ୍କୃତ କରାଯିବ ବୋଲି ଜିଲ୍ଲା ପ୍ରଶାସନ ପକ୍ଷରୁ କୁହାଯାଇଛି।

You might also like